ନୂଆଦିଲ୍ଲୀ: ଘରୋଇ ହିଂସାରେ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଆମ ଆଦ୍ମୀ ପାର୍ଟିର ବରିଷ୍ଠ ନେତା ସୋମନାଥ ଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ମଙ୍ଗଳବାର ନାମଞ୍ଜୁର କରିଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଜାମିନ ଆବେଦନ ଖାରଜ ହେବା ପରେ ଖୁବ ଶୀଘ୍ର ସୋମନାଥ ଭାରତୀ ଗିରଫ ହେବାର ସମ୍ଭାବନା ରହିଛି। ଆପ ନେତା ସୋମନାଥଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ଲିପିକା ମିତ୍ର ଅସଦାଚରଣ ଓ ଜୀବନରୁ ମାରି ଦେବାକୁ ଉଦ୍ୟମ ଭଳି ଅଭିଯୋଗ ଆଣିଛନ୍ତି।
ସୋମନାଥଙ୍କ ଓକିଲ ବିଜୟ ଅଗ୍ରୱାଲ କହିଛନ୍ତି ଯେ, ନ୍ୟାୟ ପାଇଁ ସେ ସୁପ୍ରିମ କୋର୍ଟରେ ଆବେଦନ କରିବେ। ସର୍ବୋଚ୍ଚ କୋର୍ଟରେ ସୋମନାଥଙ୍କୁ ନ୍ୟାୟ ମିଳିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ ଗତ ଜୁନ ୧୦ରେ ସୋମନାଥଙ୍କ ବିରୋଧରେ ରିତିକା ପଶ୍ଚିମ ଦିଲ୍ଲୀରେ ଥିବା ଦ୍ୱାରିକ ପୋଲିସ ଷ୍ଟେସନରେ ଅଭିଯୋଗ କରିଥିଲେ। ସୋମନାଥ ରିତିକାଙ୍କୁ ୨୦୧୦ରେ ବିବାହ କରିଥିଲେ। ସେବେ ଠାରୁ ତାଙ୍କୁ ଶାରୀରିକ ନିର୍ଯାତନା ଦେଉଥିଲେ। ଏହା ସହ ସୋମନାଥ ୨୦୧୩ ମାର୍ଚ୍ଚରେ ତାଙ୍କୁ ନିସ୍ତୁକ ମାଡ ମାରିବା ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ରିତିକା ଅଭିଯୋଗ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।