ନୂଆଦିଲ୍ଲୀ: ଇସ୍ରାଏଲ୍ ଏବଂ ଭାରତ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ୬ ଦିନିଆ ଭାରତ ଗସ୍ତରେ ଆସିଥିବା ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏମଓୟୁ(ମେମୋରେଣ୍ଡମ୍ ଅଫ୍ ଅଣ୍ଡର) ସ୍ୱାକ୍ଷରିତ ହୋଇଛି। ଦୁଇଦେଶ ମଧ୍ୟରେ ସାଇବର ସିକ୍ୟୁରିଟି, ପେଟ୍ରୋଲ ଏବଂ ପ୍ରାକୃତିକ ଗ୍ୟାସ, କୃଷି ଆଦି କ୍ଷେତ୍ରରେ ସହଯୋଗ ଲାଗି ଚୁକ୍ତି ସ୍ୱାକ୍ଷରିତ ହୋଇଛି। ସେହିପରି ହୋମିଓପାଥୀ, ଆୟୁର୍ବେଦ ମେଡିସିନ୍ କ୍ଷେତ୍ରରେ ରିସର୍ଚ୍ଚ ସହ ମେଡିକାଲ ପ୍ରତିଷ୍ଠାନ ପ୍ରତିଷ୍ଠା ପାଇଁ ମଧ୍ୟ ଚୁକ୍ତି ସ୍ୱାକ୍ଷରିତ କରିଛନ୍ତି ଦୁଇ ନେତା। ଚୁକ୍ତି ପରେ ଗଣମାଧ୍ୟମକୁ ଦୁଇ ନେତା ମିଳିତ ସମ୍ବୋଧନ କରିଥିଲେ।
ନେତାନ୍ୟାହୁ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ମୋଦି କ୍ୟାବିନେଟର ବରିଷ୍ଠ ମନ୍ତ୍ରୀଙ୍କୁ ବି ଭେଟିଥିଲେ। ନେତାନ୍ୟାହୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବା ପରେ ଶେଷରେ ଭାରତ ଇସ୍ରାଏଲ ବାଣିଜ୍ୟ ସମିତରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।