ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ମୃତ୍ୟହାର ହ୍ରାସ ପାଉଛି। ବର୍ତ୍ତମାନ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୫ ହଜାର ପାର କରିଯାଇଛି। ତଥାପି ଦେଶରେ ମୃତ୍ୟୁହାର ୨%ରୁ କମ ରହିଥିବା ସରକାର କହିଛନ୍ତି।
କେନ୍ଦ୍ର ସରକାରଙ୍କ ସୂଚନା ଅନୁଯାୟୀ, ଏବେ ଦେଶରେ କରୋନା ମୃତ୍ୟୁହାର ୧.୯୯%କୁ ଖସି ଆସିଛି। ଗତ ମାସରେ ଦେଶରେ ମୃତ୍ୟୁହାର ୨.୭୦% ରହିଥିବା ବେଳେ ଜୁନ୍ ୧୧ରେ ଏହା ୨.୮୩% ରହିଥିଲା। ତେଣୁ ଦେଶରେ ଠିକଣା ସମୟରେ କଣ୍ଟାକ୍ଟ ଟ୍ରେସିଂ ହୋଇପାରୁ ଥିବାରୁ ମୃତ୍ୟୁସଂଖ୍ୟା କମ ରହିଥିବା କୁହାଯାଉଛି। ଅନ୍ୟପକ୍ଷରେ ସମଗ୍ର ବିଶ୍ୱ ତୁଳନାରେ ଭାରତରେ ମୃତ୍ୟୁହାର ସବୁଠାରୁ କମ।
ଭାରତରେ ବର୍ତ୍ତମାନ ୨୨ ଲକ୍ଷ ୭୦ ହଜାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୪୫ ହଜାର ଉପରେ ରହିଛି। ବିଶ୍ୱରେ କରୋନା ପ୍ରଭାବିତ ତାଲିକାରେ ଭାରତ ତୃତୀୟ ସ୍ଥାନରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।