ଜମ୍ମୁ: କାଶ୍ମୀରର ପୁଲୱାମା ଜିଲ୍ଲାର ତ୍ରାଲ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଶିବିରକୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଆତଙ୍କୀଙ୍କ ଗ୍ରେନେଡ୍ ମାଡ଼ରେ ଜଣେ ସିଆର୍ପିଏଫ୍ ଯବାନ ଆହତ ହୋଇଛନ୍ତି। ଜଣେ ପୋଲିସ୍ ଅଧିକାରୀ କହିଛନ୍ତି- “ଏହି ଆକ୍ରମଣ ଗତକାଲି ରାତିରେ ହୋଇଥିଲା।”
ଆହତ ଯବାନକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନାହାଁନ୍ତି।
ସୂନାଯୋଗ୍ୟ, ଜମ୍ମୁ-କାଶ୍ମୀର ବାନ୍ଦିପୁରାରେ ଗତକାଲି ୩.୩୦ସମୟରେ ଆର୍ମି ପେଟ୍ରୋଲିଂ ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଫଳରେ ୪ ଜଣ ଯାବନ ଆହତ ହୋଇଥିଲେ। ଏହି ଘଟଣା ପରେ ସେହି ଅଞ୍ଚଳକୁ ଘେରାବନ୍ଦୀ କରାଯିବା ସହ ସେନା ସର୍ଚ୍ଚ ଅପରେସନ୍ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।