ଜେନେଭା: ଆମେରିକାର ବୈଦେଶିକ ମନ୍ତ୍ରୀ ଜନ୍ କେରୀ ସାଇକେଲ ପ୍ରେମୀ ଭାବେ ତାଙ୍କ ଦେଶରେ ଭାରି ଜଣାଶୁଣା। ତେବେ ଜେନେଭା ଗସ୍ତରେ ଥିବା କେରୀ ସାଇକେଲରୁ ପଡ଼ି ଆହତ ହୋଇଛନ୍ତି। ତାଙ୍କର ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ତାଙ୍କୁ ଜେନେଭା ବିଶ୍ୱବିଦ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ଅବସ୍ଥା ସ୍ଥିର ରହିଛି।
ସ୍ୱିଜରଲାଣ୍ଡ ସୀମାରୁ ଦକ୍ଷିଣ-ପୂର୍ବରେ ୪୦ କିଲୋମିଟର ଦୂରରେ ଅବସ୍ଥିତ ଫ୍ରାନ୍ସର ସାଇନୋଜିୟର ଠାରେ ସାଇକେଲ ଚଲାଉଥିବା ବେଳେ କେରୀ ପଡ଼ି ଯାଇଥିଲେ। ଦୁର୍ଘଟଣା ସମୟରେ ତାଙ୍କା ସହିତ ପାରାମେଡିକାଲ୍ ଟିମ୍ ଓ ଫିଜିକସିଆନ୍ ଉପସ୍ଥିତ ଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ହେଲିକପ୍ଟର ଯୋଗେ ନିଆଯାଇ ଜେନେଭା ବିଶ୍ୱବିଦ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଇରାନର ପରମାଣୁ କାର୍ଯ୍ୟକ୍ରମ ନେଇ ଇରାନର ରାଜନେତାଙ୍କ ସହିତ ଆଲୋଚନା କରିବା ପାଇଁ ଜେନେଭା ଯାଇଥିଲେ କେରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।