କାଲି ଲ୍ୟାଣ୍ଡଫଲ୍‌ କରିବ ‘ବୁରେଭି’

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ବାତ୍ୟାର ନାଁ ‘ବୁରେଭି’ ରଖାଯାଇଛି । ଆସନ୍ତାକାଲି  ସକାଳେ ଏହା ତାମିଲନାଡୁ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ,  ଆଜି  ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ଏହା ପଶ୍ଚିମ ଦିଗରେ ଗତି କରିବ । ସେଠାରୁ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ମୁହାଁ […]

burevi

Niharika Rout
  • Published: Thursday, 03 December 2020
  • , Updated: 03 December 2020, 08:17 AM IST

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ବାତ୍ୟାର ନାଁ ‘ବୁରେଭି’ ରଖାଯାଇଛି । ଆସନ୍ତାକାଲି  ସକାଳେ ଏହା ତାମିଲନାଡୁ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି।

ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ,  ଆଜି  ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ଏହା ପଶ୍ଚିମ ଦିଗରେ ଗତି କରିବ । ସେଠାରୁ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ମୁହାଁ ହେବ । ଆସନ୍ତାକାଲି ସକାଳେ ବାତ୍ୟା ‘ବୁରେଭି’ କନ୍ୟାକୁମାରୀ ଓ ପମ୍ବାନ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

କେରଳରେ ମଧ୍ୟ ଏହାର ପ୍ରଭାବ ପଡ଼ିବାର ଆଶଙ୍କା ରହିଛି । ଏଥିପାଇଁ କେରଳର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରେଡ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । କେରଳ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବାତ୍ୟା ମୁକାବିଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଜିଠାରୁ ଦକ୍ଷିଣ ତାମିଲନାଡୁ ଓ ଦକ୍ଷିଣ କେରଳରେ ପ୍ରବଳ ବର୍ଷା ହେବ ବୋଲି ବିଭାଗ ଆକଳନ କରିଛି  । ତାମିଲନାଡୁର ବିଭିନ୍ନ ସ୍ଥାନରେ ଏନଡିଆରଏଫ ଟିମ୍ ମଧ୍ୟ ମୁତୟନ ହୋଇଛନ୍ତି ।

Related story