ନୂଆଦିଲ୍ଲୀ: ଦକ୍ଷିଣ ଭାରତରେ ପୁଣି ଏକ ଘୂର୍ଣ୍ଣିଝଡ଼ ତାଣ୍ଡବ ମଚାଇଛି। ଏହି ଘୂର୍ଣ୍ଣିଝଡ଼ର ନାଁ ‘ଓଖି’ ରଖାଯାଇଛି। ‘ଓଖି’ ଯୋଗୁଁ ତାମିଲନାଡୁ ଓ କେରଳର ଦକ୍ଷିଣ ଜିଲ୍ଳା ଗୁଡ଼ିକରେ ଜୋରରେ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାପନ ପ୍ରଭାବିତ ହୋଇଛି। ବର୍ତ୍ତମାନ ସୁଦ୍ଧା ‘ଓଖି’ ଯୋଗୁଁ ୮ ଜଣଙ୍କ ଜୀବନ ଯାଇଛି। ଏହାସହିତ ତାମିଲନାଡୁରେ ୪ ନାବିକ ଓ କେରଳରେ ୧୩ଟି ବୋଟ୍ର ପତ୍ତା ମିଳୁ ନାହିଁ। ଏହି ବୋଟ୍ରେ ୩୮ଜଣ ଲୋକ ଥିବା କୁହାଯାଉଛି।
ନୌସେନାର ୫ ଟି ଜାହାଜ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଆଉ ୨ଟିକୁ ଲାକ୍ଷାଦ୍ୱୀପରେ ରଖାଯାଇଛି। ଏହାବ୍ୟତୀତ P8I ଏୟାରକ୍ରାଫ୍ଟ ଓ କୋଷ୍ଟ ଗାର୍ଡ ମଧ୍ୟ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।
ଘୂର୍ଣ୍ଣିଝଡ଼ ‘ଓଖି’ କନ୍ୟାକୁମାରୀଠାରୁ ୬୦ କିଲୋମିଟର ଦୂର ଦକ୍ଷିଣରେ ରହିଛି। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ ଏବେ ଲାକ୍ଷାଦୀପ ଆଡେ ମୁହାଁଉଛି। ଆସନ୍ତାକାଲି ସେଠାରେ ଛୁଇଁପାରେ।
ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ ଘଣ୍ଟାପ୍ରତି ପବନର ବେଗ ୬୫-୭୫ କିଲୋମିଟର ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।