ନୂଆଦିଲ୍ଲୀ: ୧୯୯୩ ମୁମ୍ବାଇ ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ୍ ଇବ୍ରାହିମକୁ ଭାରତ ଆଣିବା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ବୁଧବାର ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ମୁଖ୍ୟ ବିଚାରପତି ଏଚ୍.ଏଲ୍ ଦତ୍ତୁଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ବେଞ୍ଚ୍ ଏହି ରାୟ ଦେଇ କହିଥିଲେ ଯେ କୋର୍ଟ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଚାହୁଁନାହାନ୍ତି। ଆଉ ଏହା ସହିତ ଦାଖଲ ପିଟିସନଟିକୁ ଖାରଜ କରି ଦିଆଯାଉଛି। ଏ ନେଇ ହୋଇଥିବା ଏକ ଆବେଦନ ଉପରେ ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏହି ରାୟ ଦେଇଛନ୍ତି। ମଧ୍ୟପ୍ରଦେଶର ଜଣେ ପୂର୍ବତନ ବିଧାୟକ ଏହି ଆବେଦନ କରିଥିଲେ। ସେ ଅନୁରୋଓ କରିଥିଲେ ଯେ ପାରତୀୟ ଅଧିକାରୀମାନେ କାହିଁକି ଦାଉଦ ଇବ୍ରାହିମକୁ ପ୍ରତ୍ୟାର୍ପଣ କରିବା ପାଇଁ ଅନିଚ୍ଛୁକ ତା’ର ତଦନ୍ତ କରାଯାଉ। ଏନେଇ ସୁପ୍ରିମକୋର୍ଟ ତାଙ୍କ ଅଧୀନରେ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଗଠନ କରନ୍ତୁ ବୋଲି ସେ ଅନୁରୋଧ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।