ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ସର୍ଭେଣ୍ଟ କ୍ୱାର୍ଟର୍ସରୁ ମିଳିଛି ଜଣେ ବ୍ୟକ୍ତିଙ୍କ ମୃତଦେହ। ଶବ ଉଦ୍ଧାର ପରେ ରାଜଧାନୀରେ ଚାଞ୍ଚଲ୍ୟ ଖେଳି ଯାଇଛି। ପୋଲିସ ଏହି ମୃତଦେହକୁ ଉଦ୍ଧାର କରି ଯାଞ୍ଚ ଆରମ୍ଭ କରିଛି।
ଡିସିପି କହିଛନ୍ତି, ଗାନ୍ଧିନଗର ଅଞ୍ଚଳ ସର୍ଭେଣ୍ଟ କ୍ୱାର୍ଟର୍ସରେ ରହୁଥିବା ତ୍ରିଲୋକ ଚାନ୍ଦ ମୃତ୍ୟୁବରଣ କରିଛନ୍ତି। ଯେଉଁ ଘରୁ ମୃତଦେହ ମିଳିଲା ତାହା ଭିତର ପାର୍ଶ୍ୱରୁ ବନ୍ଦ ଥିଲା। ଏହି ବ୍ୟକ୍ତିଙ୍କ ମୃତ୍ୟୁ ଦୁଇଦିନ ତଳେ ହୋଇସାରିଥିଲା ବୋଲି ସେ କହିଛନ୍ତି । ସେ କିଛିଦିନ ହେଲା ଅସୁସ୍ଥ ଥିଲେ ବୋଲି ତାଙ୍କ ସାଙ୍ଗରେ କାମ କରୁଥିବା ଲୋକମାନେ କହୁଥିଲେ। ହେଲେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ପୋଲିସ ଏହି ଘଟଣା ସମ୍ପର୍କ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।