ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ଦିଲ୍ଲୀରେ ଆଉ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଛି। ପୀଡ଼ିତ ଜଣକ ଆୟର୍ଲାଣ୍ଡ ଏବଂ ମାଲେସିଆରୁ ଫେରିଛନ୍ତି। ଅନ୍ୟପଟେ ଜମ୍ମୁ-କଶ୍ମୀରର ସୁନ୍ଦରବନୀଠାରେ ଆଉ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇ ୧୪ ଦିନ ଯାଏ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, ୩୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ରାଜସ୍ଥାନ, ଜଣେ ତେଲାଙ୍ଗାନା ଏବଂ ଅନ୍ୟମାନେ ଦିଲ୍ଲୀ ଏବଂ ହରିୟାଣା(ଗୁରୁଗ୍ରାମ)ରେ ଚିକିତ୍ସିତ ହେଉଛନ୍ତି। ତେବେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।
ଅନ୍ୟପଟେ ଦେଶରେ ବଢ଼ୁଥିବା କରୋନା ଆତଙ୍କକୁ ଦୃଷ୍ଟିରେ ରଖି ଗୁରୁଗ୍ରାମସ୍ଥିତ ବିର୍ଲା ସନ୍ ଲାଇଫ୍ କମ୍ପାନୀ ନିଜ କର୍ମଚାରୀଙ୍କୁ ଘରେ ବସି କାମ କରିବାକୁ ପରାମର୍ଶ ଦେଇଛି। ଦେଶରେ କରୋନାକୁ ନେଇ ସାଧାରଣ ଲୋକେ ଭୟଭୀତ ହୋଇପଡ଼ିଥିବା ବେଳେ ସରକାର ଏବଂ ଅଭିଜ୍ଞ ଡାକ୍ତରମାନେ ଭୟଭୀତ ନ ହୋଇ ସାବଧାନ ରହିବାକୁ ଲଗାତର ପରାମର୍ଶ ଦେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।