ନୂଆଦିଲ୍ଲୀ: ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବିଗତ ୨୪ ଘଣ୍ଟାରେ ରାଜଧାନୀ ଦିଲ୍ଲୀରେ ୩,୭୮୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇଲେ କେବଳ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦,୩୯୦ ହୋଇଛି। ସେହିପରି ବିଗତ ୨୪ ଘଣ୍ଟାରେ କରୋନାରେ ୬୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ମୃତକଙ୍କୁ ମିଶାଇଲେ ଦିଲ୍ଲୀରେ ମୃତକଙ୍କ ସଂଖ୍ୟା ୨୩୬୫ ଛୁଇଁଛି।
ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ, ଏବେ ଦିଲ୍ଲୀରେ ୨୬,୫୮୮ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ରହିଛନ୍ତି। ମୋଟ୍ ୪୧,୪୩୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ବିଗତ ୨୪ ଘଣ୍ଟାରେ ୨୧୨୪ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।
ସୂଚନାଯୋଗ୍ୟ, ଅନଲକ୍ ଓ୍ୱାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ସାତ ଦିନ ମଧ୍ୟରେ ଦିଲ୍ଲୀରେ ୨୩୨୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ ପ୍ରତିଦିନ କରୋନା ନିଜର ରେକର୍ଡ ଭାଙ୍ଗୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।