ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଫୁସଫୁସକୁ କରୋନାରେ ସଂକ୍ରମିତ ହୋଇଛି। ଆଗାମୀ ସମୟରେ ମନ୍ତ୍ରୀଙ୍କର ସ୍ୱାସ୍ଥ୍ୟାବସ୍ଥା ଜଟିଳ ହୋଇପାରେ ଆଶଙ୍କା କରି ଏବେ ତାଙ୍କୁ ଅକ୍ସିଜେନ୍ ସପୋର୍ଟରେ ରଖାଯାଇଛି।
https://twitter.com/ANI/status/1273906893438631936
ବୁଧବାର ସେ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଥିଲା। ଚିକିତ୍ସା ପରେ ଗୁରୁବାର ସତ୍ୟେନ୍ଦ୍ରଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହିଥିଲା। ହେଲେ ତାଙ୍କ ଶୀରରରେ ଜ୍ୱର କମିନଥିଲା। ଏହାପରେ ଡାକ୍ତରୀ ଟିମ୍ ତାଙ୍କୁ ଅକ୍ସିଜେନ୍ ସପୋର୍ଟରେ ରଖିଛନ୍ତି। ଅନ୍ୟପଟେ ଦିଲ୍ଲୀ ସରକାର କହିଛନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସା ଉପରେ ସରକାରଙ୍କ ନଜର ରହିଛି। ସତ୍ୟେନ୍ଦ୍ର ଯେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ଖୋଜି ଯାଇ କ୍ୱାରେଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।