ନୂଆଦିଲ୍ଲୀ: ବିଗୁଡ଼ୁଛି ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟାବସ୍ଥା। କରୋନାରେ ଆକ୍ରାନ୍ତ ହୋଇଥିବା ଏହି ବିଧାୟକଙ୍କୁ ଏବେ ଦିଲ୍ଲୀର ସାକେତ ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏବେ ସେ ଅକ୍ସିଜେନ ସପୋର୍ଟରେ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍ କରି ସତ୍ୟେନ୍ଦ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ବୁଧବାର ଦିଲ୍ଲୀର ଏହି ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଥିଲା। କରୋନା ତାଙ୍କ ଫୁସଫୁସକୁ ସଂକ୍ରମିତ ହୋଇଥିବାରୁ ସ୍ୱାସ୍ଥ୍ୟାବସ୍ଥା ବିଗିଡିଛି।
ବୁଧବାର ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ଗୁରୁବାର ସତ୍ୟେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା କିନ୍ତୁ ଶରୀରରେ ଜ୍ୱର ରହିଥିଲା। ଏହାପରେ ଡାକ୍ତରୀ ଟିମ୍ ଜାଣିବାକୁ ପାଇଥିଲା ସତ୍ୟେନ୍ଦ୍ରଙ୍କ ଫୁସଫୁସକୁ କରୋନା ସଂକ୍ରମିତ ହୋଇଛି। ଏବେ ସତ୍ୟେନ୍ଦ୍ର ଜୈନଙ୍କର ପ୍ଲାଜମା ଥେରାପୀ ଚିକିତ୍ସା ହେବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।