କରୋନାରେ ଦିଲ୍ଲୀପ କୁମାରଙ୍କ ଆଉ ଜଣେ ଭାଇଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବଲିଉଡ ମେଗାଷ୍ଟାର ଦିଲ୍ଲୀପ କୁମାରଙ୍କ ଆଉ ଜଣେ ସାନ ଭାଇ ଏହସାନ ଖାନ କରୋନାରେ ପ୍ରାଣ ହରାଇଛନ୍ତି। ଏହାପୂର୍ବରୁ ଅଗଷ୍ଟ ୨୧ରେ ଦିଲ୍ଲୀପ କୁମାରଙ୍କ ସବୁଠାରୁ ସାନ ଭାଇ ଅସଲମ ଖାନ କରୋନାରେ ପ୍ରାଣ ହରାଇଥିଲେ। ଏହସାନ କରୋନାରେ ଆକ୍ରାନ୍ତ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ଫୈଜଲ ଫାରୁକି ୯୭ ବର୍ଷୀୟ ଦିଲ୍ଲୀପ କୁମାରଙ୍କ ଟ୍ୱିଟର ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଦିଲ୍ଲୀପ ସାହେବଙ୍କ ସାନ ଭାଇ ଏହସାନ ଖାନ କିଛି ଘଣ୍ଟା ତଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହାପୂର୍ବରୁ ତାଙ୍କର ଆଉ ଜଣେ ସାନ ଭାଇ ଅସଲମ ଖାନ୍‌ ବି ପ୍ରାଣ ହରାଇଥିଲେ।

ଏହସାନ ଓ ଅସଲମ ଅଗଷ୍ଟ ୧୫ରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ଉଭୟଙ୍କୁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅସଲମ ଅଗଷ୍ଟ ୨୧ରେ ପ୍ରାଣ ହରାଇଥିଲେ। ଆଜି ଶେଷରେ ଏହସାନ ବି ଆଖିବୁଜିଛନ୍ତି।

ଆହୁରି ପଢ଼ନ୍ତୁ

ସୁପର କିଙ୍ଗସ୍ ବିପକ୍ଷ ମ୍ୟାଚ୍ ଖେଳିବେନି ବଟଲର୍

ବିଗତ ଚାରି ବର୍ଷରେ କେତେ ଜଣଙ୍କୁ ଭାରତର ନାଗରିକତ୍ୱ ଦିଆଯାଇଛି?

ଦେହଜୀବୀଙ୍କୁ ସହଯୋଗ କରିବା ପାଇଁ ରାଜ୍ୟକୁ ପରାମର୍ଶ ଦେଲେ ସୁପ୍ରିମକୋର୍ଟ

ନୌସେନାର ହେଲିକପ୍ଟର ବିଭାଗରେ ଦୁଇ ମହିଳା ଅଧିକାରୀ ସାମିଲ୍

ତବଲିଗି ଜମାତ ପାଇଁ କରୋନା ସଂକ୍ରମଣ ବ୍ୟାପିଛି: ଗୃହ ମନ୍ତ୍ରାଳୟ

ଆଜି ଚ୍ୟାଲେଞ୍ଜର୍ସ ସହ ରାଇଜର୍ସ ଟକ୍କର

ମୁମ୍ୱାଇ ଏନସିବି ବିଲ୍ଡିଂରେ ଅଗ୍ନିକାଣ୍ଡ

ଡ୍ରଗ୍ସ ଲିଙ୍କ୍: ଏନସିବି ରାଡାରରେ ଆଉ ଜଣେ ବଲିଉଡ ଅଭିନେତ୍ରୀ

ଲାଲୁ ଜେଲରେ ଥାଇ ପ୍ରତିଦିନ ଫୋନରେ କଥା ହେଉଛନ୍ତି: ଆରଜେଡି ନେତା

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ତାଜମହଲ

ସୁପର୍‌ ଓଭରରେ ବାଜି ମାରିନେଲା ଦିଲ୍ଲୀ କ୍ୟାପିଟାଲ୍ସ

ଆଜିଠୁ ଏହି ସବୁ ରାଜ୍ୟରେ ଖୋଲିବ ସ୍କୁଲ; ନିଜ ଇଚ୍ଛାରେ ଆସିବେ ପିଲା