ନୂଆଦିଲ୍ଲୀ: ଭିନ୍ନକ୍ଷମଙ୍କୁ ମିଳିବ ସ୍ୱତନ୍ତ୍ର ପରିଚୟପତ୍ର। ଆସନ୍ତା ଡିସେମ୍ୱର ୩ତାରିଖରେ ବିଶ୍ୱ ଭିନ୍ନକ୍ଷମ ଦିବସରେ ଭାରତ ସରକାର ଏହି ପରିଚୟ ପତ୍ର ପ୍ରଦାନ କରିବେ। ଆସନ୍ତା ୨ବର୍ଷ ଭିତରେ ଦେଶରେ ଥିବା ୨କୋଟି ୮୬ ଲକ୍ଷ ଭିନ୍ନକ୍ଷମଙ୍କୁ ଏହି ପରିଚୟ ପତ୍ର ପ୍ରଦାନ କରାଯିବ। ଏହି ପରିଚୟ ପତ୍ରକୁ ଆଧାର କାର୍ଡ ସହ ବିଭିନ୍ନ କାର୍ଡ ସହ ଲିଙ୍କ୍ କରାଯିବ। ଫଳରେ ଭିନ୍ନକ୍ଷମମାନେ ଏହି ଗୋଟିଏ ପରିଚୟ ପତ୍ର ଦେଖାଇ ସାରା ଦେଶରେ ସମସ୍ତ ସୁବିଧା ହାସଲ କରିପାରିବେ। ଏଥିସହିତ ଭାରତ ସରକାର ଭିନ୍ନକ୍ଷମମାନଙ୍କ ପାଇଁ ଭାରତ ସୁଗମ୍ୟ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ ୪୮ଟି ସହର ସାମିଲ ହୋଇଥିବା ବେଳେ ଭୁବନେଶ୍ୱରକୁ ଏହି ଯୋଜଜନାରେ ସାମିଲ କରାଯାଇଛି। ଏହି ଯୋଜନାରେ ସରକାରୀ କାର୍ଯ୍ୟାଳୟରେ ଭିନ୍ନକ୍ଷମମାନଙ୍କ ପାଇଁ ଲିଫଟ୍, ଲାଡର, ରାମ୍ପ ସୁବିଧା ରହିବ। ଏଥିପାଇଁ ଭୁବନେଶ୍ୱରର ଶହେଟି ସରକାରୀ କାର୍ଯ୍ୟାଳୟ ଏବଂ ୨୫ଟି ୱେବସାଇଟକୁ ଚିହ୍ନଟ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।