ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୌତୁକ ନିର୍ଯାତନା ମାମଲାରେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ନକରିବା ନେଇ ସୁପ୍ରିମକୋର୍ଟଙ୍କ ପୂର୍ବ ରାୟର ପୁନର୍ବିଚାର ହେବ। ଏନେଇ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ବିଚାର କରିବେ। ପୂର୍ବରୁ ଯୌତୁକ ନିର୍ଯାତନାରେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଥିଲେ। ଜୁଲାଇ ୨୭ରେ ବିଚାରପତି ଜଷ୍ଟିସ ଏ.କେ. ଗୋଏଲ ଓ ଜଷ୍ଟିସ ୟୁ.ୟୁ. ଲଳିତଙ୍କୁ ନେଇ ଗଠିତ ଖଣ୍ଡପୀଠ ଯୌତୁକ ନିର୍ଯାତନା ଆଇନର ବ୍ୟାପକ ଦୁରୁପଯୋଗ ହେଉଥିବା ମତ ଦେଇଥିଲେ। ଏପରିକି ସାଧାରଣ ସମସ୍ୟାକୁ ନେଇ ଯୌତୁକ ନିର୍ଯାତନା ଅଭିଯୋଗ ଅଣାଯାଉଛି। ଏହାଦ୍ୱାରା ଅଭିଯୁକ୍ତଙ୍କ ପରିବାର ସଦସ୍ୟ ଓ ସମ୍ପର୍କୀୟମାନେ ହଇରାଣ ହେଉଛନ୍ତି। ଏଥିପାଇଁ ଏକ ଫାମିଲି ୱେଲଫେୟାର କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି କମିଟିର ରିପୋର୍ଟ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖଣ୍ଡପୀଠ ରାୟ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।