ଜାକର୍ତ୍ତା: ଇଣ୍ଡୋନେସିଆ ଲୋମ୍ବବକ ଦ୍ୱୀପରେ ରବିବାର ସନ୍ଧ୍ୟାରେ ଘଟିଛି ଭୟଙ୍କର ଭୂମିକମ୍ପ। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦ ରହିଛି। ବାଲି ଦ୍ୱୀପ ନିକଟବର୍ତ୍ତୀ ଅଞ୍ଚଳରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ତେବେ ଏନେଇ ସୁନାମି ଆଶଙ୍କାରେ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ସୂଚନା ଦିଆଯାଇଛି। ଘର ଛାଡ଼ି ଖୋଲାସ୍ଥାନକୁ ପଳାଇଯିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି। ଲୋମ୍ବବକର ଉତ୍ତର ତଟବର୍ତ୍ତୀ ଅଞ୍ଚଳରେ ଏହି ସୁନାମି ଆସିବାର ଆଶଙ୍କା ରହିଛି।
ତେବେ ଭୂମିକମ୍ପ ହେବା ପରେ ଲୋକେ ଏବଂ ପର୍ଯ୍ୟଟକ ଭୟଭୀତ ହୋଇ ଏଣେତେଣେ ଦଉଡ଼ୁଥିବା ଏକ ଭିଡିଓ ଫୁଟେଜ୍ରେ ଦେଖିବାକୁ ମିଳିଛି। ତେବେ ଭୂମିକମ୍ପରେ ମୃତାହତଙ୍କ ସୂଚନା ମିଳି ନାହିଁ। ଏହା ପୂର୍ବରୁ ଜୁଲାଇ ୨୯ରେ ଏକ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଥିଲା।
ଏଥିରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିଲା ଏବଂ ୧୬୦ ଜଣ ଆହତ ହୋଇଥିଲେ। ୨୦୦୪ରେ ଭାରତୀୟ ମହାସାଗରରେ ଆସିଥିବା ପ୍ରଳୟଙ୍କରୀ ସୁନାମିରେ ଇଣ୍ଡୋନେସିଆର ୧୬୮,୦୦୦ ଲୋକଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।