ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି.ଚିଦାମ୍ବରମ୍ଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କ ଘରେ ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇଡି ପକ୍ଷରୁ ଚଢ଼ାଉ ହୋଇଛି। କାର୍ତ୍ତିଙ୍କ ଦିଲ୍ଲୀ ଏବଂ ଚେନ୍ନାଇ ଘରେ ଇଡି ଚଢାଉ କରିଛି । ଏହାସହିତ ତାଙ୍କ ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ବି ଚଢାଉ ହୋଇଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ମାମଲାରେ ଇଡି ଏହି ଚଢାଉ କରିଛି।
ଏୟାରସେଲ୍ ମ୍ୟାକ୍ସିସ୍ କମ୍ପାନୀ ପାଇଁ ସେ ମନି ଲଣ୍ଡରିଂ କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ପୂର୍ବରୁ ଗତ ଡିସେମ୍ବର ୧ ତାରିଖରେ କାର୍ତ୍ତିଙ୍କ କିଛି ସମ୍ପର୍କୀୟ ଏବଂ କାର୍ଯ୍ୟାଳୟରେ ଚଢାଉ ହୋଇଥିଲା। ୨୦୦୬ରେ ତତ୍କାଳନୀ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍ ଅର୍ଥମନ୍ତ୍ରୀ ଥିବା ସମୟରେ ଏହି ଦୁର୍ନୀତି ହୋଇଥିବା ଅଭିଯୋଗ ରହିଛି। ତେବେ ଘଟଣାକୁ ନେଇ ପି ଚିଦାମ୍ବରମ୍ ଇଡିର କାର୍ଯ୍ୟାନୁଷ୍ଠାନକୁ ‘କମେଡି’ କହି ତାତ୍ସଲ୍ୟ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।