କାଏରୋ: ଇଜିପ୍ଟ ସେନା ଭୁଲରେ ୧୨ ଜଣ ପର୍ଯ୍ୟଟକଙ୍କୁ ମାରି ଦେଇଛି। ଆତଙ୍କବାଦୀ ମନେ କରି ଇଜିପ୍ଟ ସେନା ସେମାନଙ୍କୁ ହତ୍ୟା କରିଛି। ଏକ ଆତଙ୍କବା ବିରୋଧୀ ଅପରେସନ୍ ବେଳେ ଏହି ଅଭାବନୀୟ ଘଟଣା ଘଟି ଯାଇଛି। ଇଜିପ୍ଟର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯାଇଥିବା ନେଇ ମଧ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ୨୨ ଜଣ ପର୍ଯ୍ୟଟକ ଚାରୋଟି ଗାଡ଼ିରେ ୱେଷ୍ଟର୍ଣ୍ଣ ଡିର୍ଜଟର ୱାହାଟର ନିଷେଦ୍ଧାଞ୍ଚଳରେ ବୁଲୁ ଥିବା ବେଳେ ସେନାର ଯବାନମାନେ ସେମାନଙ୍କ ଉପରକୁ ଗୁଳି କରିଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ମୃତ ଓ ଆହତଙ୍କ ମଧ୍ୟରେ ମେକ୍ସିକୋର ମଧ୍ୟ କିଛି ପର୍ଯ୍ୟଟକ ରହିଛନ୍ତି। ସ୍ଥାନୀୟ ଏକ ହସପିଟାଲରେ ଆହତମାନଙ୍କର ଚିକିତ୍ସା ଚାଲିଛି।
ମେକ୍ସିକୋ ରାଷ୍ଟ୍ରପତି ଓ ବୈଦେଶିକ ମନ୍ତ୍ରୀ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ମେକ୍ସିକୋ ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ତାଙ୍କ ଦେଶର ଦୁଇ ଜଣ ନାଗରିକ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।