ଶ୍ରୀନଗର: ଜମ୍ମୁ କଶ୍ମୀରର କୁପୱାଡା ଅଞ୍ଚଳର ଏକ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମିୟ ହୋଇଛି। ଆତଙ୍କବାଦୀଙ୍କୁ ଚାରିପଟୁ ଘେରିଯାଇ ସୁରକ୍ଷାବାହିନୀ ଗୁଳି ଚଳାଉଥିବା ସୂଚନା ରହିଛି। ଏହି ଅଭିଯାନରେ ପୁଲିସ ଏବଂ ସେନା ମଧ୍ୟ ସାମିଲ୍ ହୋଇଥିବା ବେଳେ ଅଧିକ ସେନା ମଧ୍ୟ ମଗାଯାଇଥିବା ସୂଚନା ରହିଛି।
ପୁଲିସ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନରେ କୁପୱାଡାର ଭର୍ନାଓ ଅଞ୍ଚଳରେ ଆତଙ୍କବାଦୀଙ୍କୁ ଦେଖିବାକୁ ମିିଳିଥିଲା। ଏହାପରେ ପୁଲିସ୍ ଏସଓଜି ଏବଂ ସେନା କର୍ମଚାରୀ ଭର୍ନାଓ ଅଞ୍ଚଳରେ ଥିବା ଦାନା ବାହକ ଜଙ୍ଗଲରେ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆତଙ୍କବାଦୀ ମାନେ ମଧ୍ୟ ସୁରକ୍ଷା ବାହିନୀଙ୍କ ଉପରକୁ ଗୁଳି ଚଳାଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ନାଇଟ୍ କ୍ଲବ୍ ନିକଟରେ ବିସ୍ଫୋରକ ସାମଗ୍ରୀ ଫିଙ୍ଗି ଚାଲି ଯାଇଥିବା ସୂଚନା ମିଳିଛି।
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।