ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ପ୍ରସିଦ୍ଧ ମୋଗଲ ଗାର୍ଡେନ୍ ଫେବ୍ରୁଆରୀ ୧୨ରୁ ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ନିମନ୍ତେ ଖୋଲା ରହିବ। ଏହି ଦିନଗୁଡ଼ିକରେ ସକାଳ ସାଢ଼େ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସାଧାରଣ ଲୋକେ ଏହି ବଗିଚା ଦେଖିପାରିବେ। ତେବେ କେବଳ ସୋମବାରଗୁଡ଼ିକରେ ଏହା ବନ୍ଦ ରହିବ ରକ୍ଷଣାବେକ୍ଷଣ କାର୍ଯ୍ୟ ସକାଶେ।
ତୁଲିପ ଓ ପ୍ରିମୁଲା ଫୁଲ ହେଉଛି ମୋଗଲ ଗାର୍ଡେନର ମୁଖ୍ୟ ଆକର୍ଷଣ। ଏହା ବ୍ୟତୀତ ଲୋକେ ସ୍ପିରିଚ୍ୟୁଆଲ୍ ଗାର୍ଡେନ୍, ହର୍ବାଲ୍ ଗାର୍ଡେନ୍, ବୋନସାଇ ଗାର୍ଡେନ୍ ଓ ମ୍ୟୁଜିକାଲ୍ ଗାର୍ଡେନ୍ ମଧ୍ୟ ବୁଲି ଦେଖିପାରିବେ। ତେବେ ବ୍ୟାଗ୍, କ୍ୟାମେରା ଅବା ଅନ୍ୟ କୌଣସି ପ୍ରକାରର ଜିନିଷ ନେଇ ଲୋକେ ରାଷ୍ଟ୍ରପତି ଭବନ ପରିସରରକୁ ପ୍ରବେଶ କରି ପାରିବେ ନାହିଁ।
ମାର୍ଚ୍ଚ ୨୦ ତାରିଖରେ ରାଷ୍ଟ୍ରପତି ଭବନର ମୋଗଲ୍ ଗାର୍ଡେନ୍ ସ୍ୱତନ୍ତ୍ର ଭାବେ କୃଷକ, ଭିନ୍ନକ୍ଷମ, ପ୍ରତିରକ୍ଷା ଓ ଅର୍ଦ୍ଧସାମରିକ ବାହିନୀର ଯବାନଙ୍କ ପାଇଁ ଖୋଲା ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।