ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ପଣ୍ଡିତ ଦୀନଦୟାଲ ଅନ୍ତ୍ୟୋଦୟ ଭବନରେ ନିଆଁ ଲାଗି ଜଣଙ୍କ ମୃତ୍ୟୁ ଘଟିଛି। ସରକାରଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଅଫିସ୍ ଚାଲିଥିବା ଏହି କୋଠାରେ ଆଜି ସକାଳେ ନିଆଁ ଲାଗି ଯାଇଥିଲା।
ସକାଳ ପ୍ରାୟ ସାଢ଼େ ୮ଟା ବେଳେ ଅଗ୍ନିଶମ ବିଭାଗକୁ ଏନେଇ ସୂଚନା ଦିଆଯାଇଥିଲା। ଘଟଣାସ୍ଥଳରେ ୨୫ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ନିଆଁ ପ୍ରଥମେ ପଞ୍ଚମ ମହଲାରେ ଲାଗିଥିଲା। ପରେ ଏହା ଅନ୍ୟ ମହଲାଗୁଡ଼ିକୁ ବ୍ୟାପୀ ଯାଇଥିଲା। ଏ ଘଟଣାରେ ଜଣେ ସୁରକ୍ଷା ଅଧିକାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟାନ୍ୟ କ୍ଷୟକ୍ଷତି ସଂପର୍କରେ ସବିଶେଷ ସୂଚନା ମିଳିନାହିଁ।
ଏହି କୋଠାରେ ଭାରତ ସରକାରଙ୍କ ଜଳ ଓ ପରିମଳ ମନ୍ତ୍ରାଳୟ, ଜଙ୍ଗଲ ମନ୍ତ୍ରାଳୟ ଓ ଏନ୍ଡିଆର୍ଏଫ୍ର କାର୍ଯ୍ୟାଳୟ ରହିଛି। ଏହା ସହିତ ଏଠାରେ ବାୟୁସେନାର ଏକ ଶାଖା କାର୍ଯ୍ୟାଳୟ ମଧ୍ୟ ରହିଛି।
ସୂଚନାଯୋଗ୍ୟ, ୨୦୧୬ ପର୍ଯ୍ୟନ୍ତ ଏହି କୋଠାର ନାଁ ଥିଲା ‘ପର୍ଯ୍ୟାବରଣ ଭବନ’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।