ଭୁଶୁଡ଼ିଲା ବିଲ୍ଡିଂ ୪ ଶିଶୁଙ୍କ ସମେତ ୫ଙ୍କ ଜୀବନ ଗଲା

ନୂଆଦିଲ୍ଲୀ: ଉତ୍ତର ଦିଲ୍ଲୀର ଅଶୋକ ବିହାରରେ ଥିବା ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି। ଏଥିରେ ଆହୁରି ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବିଲ୍ଡିଂଟି ବହୁ ପୁରୁଣା ହୋଇଥିବାରୁ ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସକାଳ ପ୍ରାୟ ୯ଟା ବେଳେ ଘଟଣା ଘଟିଥିବା […]

a

Hemant Lenka
  • Published: Wednesday, 26 September 2018
  • , Updated: 26 September 2018, 09:42 PM IST

ନୂଆଦିଲ୍ଲୀ: ଉତ୍ତର ଦିଲ୍ଲୀର ଅଶୋକ ବିହାରରେ ଥିବା ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି। ଏଥିରେ ଆହୁରି ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ବିଲ୍ଡିଂଟି ବହୁ ପୁରୁଣା ହୋଇଥିବାରୁ ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ସକାଳ ପ୍ରାୟ ୯ଟା ବେଳେ ଘଟଣା ଘଟିଥିବା ବେଳେ ଏନ୍‌ଡିଆର୍‌ଏଫ୍‌ ଟିମ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘଟଣାର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Related story