ନୂଆଦିଲ୍ଲୀ: ଆସନ୍ତା ୨୪ ତାରିଖରେ ଉତ୍ତରପ୍ରଦେଶର ଆଗ୍ରାସ୍ଥିତ ତାଜମହଲ ପରିଦର୍ଶନରେ ଆସିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ତେବେ ସୁରକ୍ଷା କର୍ମୀ ଏଠାକାର ମାଙ୍କଡ଼ଙ୍କ ଦୌରାତ୍ମ୍ୟକୁ ନେଇ ଚିନ୍ତିତ ଥିବା ଜଣାପଡ଼ିଛି। ଏହାର ମୁକାବିଲା ପାଇଁ ସୁରକ୍ଷା ସଂସ୍ଥା ୫ଟି ହନୁ ମାଙ୍କଡ଼ଙ୍କ ନିୟୋଜିତ କରିବାର ଅଛି। ଏମାନେ ଟ୍ରମ୍ପଙ୍କ କନଭୟର ଆଗେ ଆଗେ ମାଙ୍କଡ଼ଙ୍କ ମୁକାବିଲା କରିବେ।
ଆସନ୍ତା ଫେବୃଆରୀ ୨୪ରେ ପତ୍ନୀ ମେଲାନିଆଙ୍କ ସହ ଟ୍ରମ୍ପ ତାଜମହଲ ଯିବେ।
ଏଥିପାଇଁ କଡ଼ା ସୁରକ୍ଷାର ଅବଲମ୍ବନ କରାଯାଇଛି। ଟ୍ରମ୍ପ ଏବଂ ତାଙ୍କ ପରିବାର ସୁରକ୍ଷା ପାଇଁ ଆମେରିକାନ ସିକ୍ରେଟ୍ ସର୍ଭିସ୍, ଅର୍ଦ୍ଧସାମରିକ ବାହିନୀର ୧୦ କମ୍ପାନୀ ଫୋର୍ସ, ୧୦ କମ୍ପାନୀ ପିଏସି ଏବଂ ଏନ୍ଏସ୍ଜି କମାଣ୍ଡୋ ନିୟୋଜିତ ହେବେ। ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପଙ୍କ ଗସ୍ତ ପାଇଁ ଏଏସ୍ଆଇ ପ୍ରଥମ ଥର ପାଇଁ ସମ୍ରାଟ୍ ଶାହଜାହାନ୍ ଏବଂ ତାଙ୍କ ପତ୍ନୀ ମୁମତାଜ୍ଙ୍କ ସମାଧିର ପ୍ରତିରୂପରେ କାଦୁଅ ପ୍ରଲେପନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
National
ଭୋଟ୍ ଦେଉଛି ମହାରାଷ୍ଟ୍ର, ମୈଦାନରେ ୪,୧୩୬ ପ୍ରାର୍ଥୀ
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।