ନୂଆଦିଲ୍ଲୀ: ହରିଆଣାରେ ଆଉ ଜଣେ ଗାୟିକାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଗାୟିକା ହର୍ଷିତା ଦହିଆଙ୍କ ହତ୍ୟାର ତିନି ମାସ ନ ପୁରୁଣୁ ଲୋକ ଗୀତ ଗାୟିକା ମମତା ଶର୍ମାଙ୍କୁ ଦୁର୍ବୃତ୍ତମାନେ ହତ୍ୟା କରିଛନ୍ତି । ୪୫ ବର୍ଷିୟ ମମତା ଶର୍ମାଙ୍କ ମୃତ ଦେହ ରୋହତକ ଜିଲ୍ଲାର ବନିୟାନି ଗାଁରୁ ଉଦ୍ଧାର କରାଯାଇଛି। ଏକ ଧାରୁଆ ଅସ୍ତ୍ରରେ ମମତାଙ୍କ ବେକକୁ କଟା ଯାଇଥିବା ଜଣାପଡ଼ିଛି।
ମମତାଙ୍କ ପୁଅଙ୍କ କହିବା କଥା ହେଲା, ମମତା ଗତ ରବିବାରଠାରୁ ନିଖୋଜ ଥିଲେ। ସେ ନିଜ ସହକର୍ମୀଙ୍କ ସହ ଏକ ଶୋ ପାଇଁ ଯାଇ ଘରକୁ ଫେରିନଥିଲେ। ସେ ଘରକୁ ନଫେରିବାରୁ ପୋଲିସ ଖୋଜାଖୋଜି ଆରମ୍ଭ କରିଥିଲା। ତେବେ ଆଜି, ସକାଳୁ ତାଙ୍କ ମୃତ ଦେହ ବନିୟାନିର ଏକ ଚାଷ ଜମିରୁ ମିଳିଥିଲା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ କାହାରକୁ ଗିରଫ କରାଯାଇନଥିବା ବେଳେ ମାଙ୍କ ହତ୍ୟା ନେଇ ତାଙ୍କ ସହ କର୍ମୀଙ୍କ ହାତ ଅଛି ବୋଲି ଅଭିଯୋଗ କରିଛନ୍ତି ମମତାଙ୍କ ପୁଅ। ପୋଲିସ ମାମଲାର ଯାଞ୍ଚ କରୁଥିବା କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।