ସୂଚନାଯୋଗ୍ୟ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ପାଇଁ ପୁଣିଥରେ ଇଚ୍ଛା ପ୍ରକାଶ କରିଥିଲେ। ସେ କହିଥିଲେ "ମୁଁ ମଧ୍ୟସ୍ଥି କରିବି କି ନାହଁ ତାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଷ୍ପତ୍ତି ଉପରେ ନିର୍ଭର କରେ। ମୁଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନିକଟରେ ଭେଟିଥିଲି। ଉଭୟ ମୋଦି ଏବଂ ଇମ୍ରାନ ଭଲ ଲୋକ।"
ଏହାପୂର୍ବରୁ କିଛିଦିନ ତଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଆମେରିକା ଯାଇ ହ୍ୱାଇଟ୍ ହାଉସରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହାପରେ ଟ୍ରମ୍ପ କହିଥିଲେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥି କରିବା ପାଇଁ ଜି-୨୦ ଶିଖର ସମ୍ମିଳନୀରେ ପ୍ରସ୍ତାବ ଦେଇଥିଲେ। ଟ୍ରମ୍ପଙ୍କ ଏହି ମନ୍ତବ୍ୟକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିରୋଧୀ ପ୍ରଶ୍ନ ଉଠାଇଥିଲେ। ଏହାପରେ ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଚ କରିଥିଲା ଯେ ମୋଦି ଟ୍ରମ୍ପଙ୍କୁ କେବେ ବି କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥି କରିବା ପାଇଁ କହି ନାହାନ୍ତି।