ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଆସାମର ତିନିଥର ମୁଖ୍ୟମନ୍ତ୍ରୀ ରହିଥିବା ଗୋଗୋଇଙ୍କର ଅଗଷ୍ଟ ୨୫ ତାରିଖରେ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ଅକ୍ଟୋବର ୨୬ ତାରିଖରୁ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଥିଲା। କିନ୍ତୁ ନଭେମ୍ବର ୨ ତାରିଖରେ ଗୋଗୋଇ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ୍ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶନିବାର […]

tarun

tarun

Ranjit Kumar Jena
  • Published: Monday, 23 November 2020
  • Updated: 23 November 2020, 06:42 PM IST

Sports

Latest News

ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଆସାମର ତିନିଥର ମୁଖ୍ୟମନ୍ତ୍ରୀ ରହିଥିବା ଗୋଗୋଇଙ୍କର ଅଗଷ୍ଟ ୨୫ ତାରିଖରେ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ଅକ୍ଟୋବର ୨୬ ତାରିଖରୁ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଥିଲା। କିନ୍ତୁ ନଭେମ୍ବର ୨ ତାରିଖରେ ଗୋଗୋଇ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ୍ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଶନିବାର ତାଙ୍କୁ ଲାଇଫ୍ ସପୋର୍ଟରେ ରଖାଯାଇଥିଲା। ତେବେ ହସ୍ପିଟାଲରେ ସଂଘର୍ଷ କରିବା ପରେ ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ଗୋଗୋଇଙ୍କର ରାଜନୀତିକ କ୍ୟାରିୟର ବେଶ ସଫଳ ରହିଥିଲା। ସେ ୬ଥର ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୧ରୁ ୨୦୧୧ ପର୍ଯ୍ୟନ୍ତ ତିନିଥର ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos