ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କର ଆଜି ଦେହାନ୍ତ ହୋଇଛି। ଦିଲ୍ଲୀରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଜଗନ୍ନାଥଙ୍କ ବିୟୋଗରେ ବିହାରରେ ୩ ଦିନିଆ ରାଜକୀୟ ଶୋକ ପାଳନ କରିବାକୁ ବିହାର ସରକାର ଘୋଷଣା କରିଛନ୍ତି। ସେ ବିହାରର ଶେଷ କଂଗ୍ରେସ ମୁଖ୍ୟମନ୍ତ୍ରୀ। ଇନ୍ଦିରା ଗାନ୍ଧି ସରକାରରେ ମଧ୍ୟ ସେ ରେଳମନ୍ତ୍ରୀ ଥିଲେ।
ଜଗନ୍ନାଥ ମିଶ୍ର ତିନି ଥର ବିହାରର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୧୯୭୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ୧୯୮୦ରେ ଦ୍ୱିତୀୟ ଥର ଓ ୧୯୮୯ରେ ସେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ଛାତ୍ର ଥିବା ବେଳ ରାଜନୀତିରେ ରୁଚି ରଖିଥିଲେ।
ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ସେ ଏକ କଲେଜରେ ଅଧ୍ୟାପକ ଥିଲେ। ଏହାପରେ ସେ କଂଗ୍ରେସରେ ଯୋଗ ଦେଇ ତାଙ୍କର ରାଜନୀତିକ ଇନିଂସ ଆରମ୍ଭ କରିଥିଲେ। ଜଗନ୍ନାଥ ମିଶ୍ରଙ୍କୁ ବିହାରର ଜଣେ ବଡ଼ ଓ ଦକ୍ଷ ନେତା ଭାବରେ ଗଣାଯାଏ। ସେ ବିହାରର ପ୍ରତି ପଞ୍ଚାୟତ ସହ ଜଡ଼ିତ ଥିବା ଜଣେ ନେତା ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।