ଆଗ୍ରା: ପୂର୍ବତନ ଜେଏନ୍ୟୁ ଛାତ୍ର ଶର୍ଜିଲ୍ ଇମାମ୍ଙ୍କ ନାମରେ ଆଲିଗଡ଼ ପୁଲିସ୍ ରାଷ୍ଟ୍ରଦ୍ରୋହ ମାମଲା ରୁଜୁ କରିଛି। ସେ ଆଲିଗଡ଼ ବିଶ୍ୱବିଦ୍ୟାଳୟଠାରେ ନାଗରିକତା ସଂଶୋଧନ ଆଇନ (ସିଏଏ) ଆନ୍ଦୋଳନରେ ଦେଶ ବିରୋଧରେ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ଗତ ୧୬ ତାରିଖରେ ସିଏଏ ବିରୋଧୀ ଆନ୍ଦୋଳନରେ ସେ ଏପରି କହିଥିବା କୁହାଯାଉଛି।
ଇମାମ୍ଙ୍କ ନାମରେ ଧାରା ୧୨୪ କ (ରାଷ୍ଟ୍ରଦ୍ରୋହ), ୧୫୩ କ (ଦଙ୍ଗା ସୃଷ୍ଟିକାରୀ ମନ୍ତବ୍ୟ), ୧୫୩ ଖ ଏବଂ ଭାରତୀୟ ପିଙ୍ଗଳ କୋଡ୍ର ୫୦୫ (୨) ଆଦି ଅନୁଯାୟୀ ମାମଲା ରୁଜୁ କରାଯାଇଛି।
ଡିଆଇଜି ଆକାଶ କୁହ୍ଲାରୀ ଏହି ଘଟଣା ବାବଦରେ କହିଛନ୍ତି, ଏକ ଭିଡିଓରୁ ଅଭିଯୁକ୍ତ ଇମାମ୍ ଏମ୍ୟୁଠାରେ ଦେଶ ବିରୋଧୀ ମନ୍ତବ୍ୟ ଦେଉଥିବାର ଦେଖିବାକୁ ମିଳିଛି। ସେ ଖୁବ୍ ଶୀଘ୍ର ଗିରଫ ହେବେ।
ତେବେ ଏଏମ୍ୟୁ ମୁଖପାତ୍ର ଶଫି କିଦ୍ୱାଇ କହିଛନ୍ତି, “ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏ ବିଷୟରେ ଜାଣିନାହାନ୍ତି। ସେମାନେ ଅନୁମତି ନେଇନଥିଲେ। ସେ ଏହି ଭିଡିଓରେ ଯାହା କିଛି କହିଛନ୍ତି ଆମେ ନିନ୍ଦା କରୁଛୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କବାଟ ଲକରେ କେମିତି ଝୁଲିଲେ ମହିଳା? ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ
ମହିଳାଙ୍କ ମୃତଦେହ ତାଙ୍କ ଘର କବାଟର ଲକରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୁଲିସ। ମହିଳାଙ୍କୁ ଜଣେ ପୁଲିସ କନଷ୍ଟେବଲ ହତ୍ୟା କରିଥିବା ତାଙ୍କ ସ୍ୱାମୀ ଅଭିଯୋଗ ଆଣିଛନ୍ତି।
Accident
ଅଭିନେତ୍ରୀଙ୍କ କାର ଧକ୍କାରେ ଶ୍ରମିକ ମୃତ, ଏକାଧିକ ଗୁରୁତର
ଲୋକପ୍ରିୟ ମରାଠି ଅଭିନେତ୍ରୀ ଉର୍ମିଳା କୋଠାରେ ଏକ ଶୁଟିଂ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।
National
ଦିଲ୍ଲୀରେ ୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ବାୟୁ ମାନରେ ଆସିଲା ଉନ୍ନତି
ଦିଲ୍ଲୀରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଫଳରେ ଦିନର ସର୍ବାଧିକ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସକୁ ଖସିଛି। ବର୍ଷା କାରଣରୁ ବାୟୁ ଗୁଣବତ୍ତାରେ ଉନ୍ନତି ଘଟିଛି ଏବଂ ବର୍ତ୍ତମାନ ସହରରୁ GRAP-3ର ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।
Politics
ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ, ସମାଲୋଚନା କଲେ କେଜ୍ରିୱାଲ
ଦିଲ୍ଲୀ ଭୋଟରଙ୍କୁ ପ୍ରଭାବିତ କରିବାକୁ ପଞ୍ଜାବ ସରକାର ଟଙ୍କା ପଠାଉଥିବା ଅଭିଯୋଗ ଆଣିଲା କଂଗ୍ରେସ। 'ମହିଳା ସମ୍ମାନ ଯୋଜନା'ର ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ।
National
ଅଶ୍ଳୀଳ ଫଟୋ ଲିକ୍ କରିବାକୁ ଧମକ, ବନ୍ଧା ହେଲେ ଅଭିନେତା
ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିବା, ବ୍ୟକ୍ତିଗତ ଫଟୋ ଲିକ୍ କରିବାକୁ ଧମକ ଦେବା ଓ ଅମାନୁଷିକ ଭାବେ ମାଡ଼ ମରୁଥିବା ନେଇ ତାଙ୍କ ବିରୋଧରେ ଜଣେ ୨୯ ବର୍ଷୀୟ ଅଭିନେତ୍ରୀ ଅଭିଯୋଗ କରିଛନ୍ତି।