ଚଣ୍ଡିଗଡ଼: କୃଷି ଆଇନକୁ ବିରୋଧ କରି ରାସ୍ତାରେ ଚାଷୀ ଆନ୍ଦୋଳନ କରୁଛନ୍ତି। ଆଜି ଚାଷୀଙ୍କ ସହିତ କେନ୍ଦ୍ର ସରକାର ମଧ୍ୟ ଆନ୍ଦୋଳନ କରିବାକୁ ଯାଉଛନ୍ତି। ଏହାରି ଭିତରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ ପଦ୍ମ ବିଭୂଷଣ ସମ୍ମାନ ଫେରାଇ ଦେଇଛନ୍ତି। କେନ୍ଦ୍ର ସରକାର ଚାଷୀଙ୍କୁ ଧୋକ୍କା ଦେଉଛନ୍ତି। ତେଣୁ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ଏନଡିଏର ପୂର୍ବତନ ସହଯୋଗୀ ଦଳ ଅକାଳୀ ଦଳର ଏହି ନେତା କହିଛନ୍ତି।
https://twitter.com/ANI/status/1334405122076512256?s=20
୨୦୧୫ରେ ପ୍ରକାଶ ସିଂହ ବାଦଲଙ୍କୁ ଏହି ସମ୍ମାନ ମିଳିଥିଲା। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଚିଠି ଲେଖି ପ୍ରକାଶ ସିଂ ବାଦଲ ପଦ୍ମ ବିଭୂଷଣ ସମ୍ମାନ ଫେରାଇବା କଥା ଲେଖିଛନ୍ତି।
ଦୀର୍ଘ ୮ ଦିନ ହେଲା କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ହରିଆଣା ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଛନ୍ତି। ଆଜିର ବୈଠକ ପୂର୍ବରୁ କେନ୍ଦ୍ର ଓ ଚାଷୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ହେଲେ ଏଥିରୁ କୌଣସି ସୁଫଳ ମିଳି ନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।