ନୂଆଦିଲ୍ଲୀ: ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଦ୍ୱିତୀୟ ଥର ପାଇଁ ସମନ ଜାରି କରିଛି। ଆସନ୍ତା ଏପ୍ରିଲ୍ ୨ରେ ଇଡିର ତଦନ୍ତକାରୀ ଅଧିକାରୀଙ୍କ ସମ୍ମୁଖରେବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଆଇଡିବିଆଇରୁ ସେ ୯୦୦ କୋଟି ଟଙ୍କାର ଋଣ ନେଇ ଏହାକୁ ଶୁଝି ନ ଥିବା ସଂପର୍କିତ ଏକ ମାମଲାରେ ଇଡି ଏହି ସମନ୍ ଜାରି କରିଛନ୍ତି।
ଏହି ମାମଲାରେ ଇଡି ନିକଟରେ ଆଜି ହାଜର ହେବା ନେଇ ମାଲ୍ୟାଙ୍କୁ ପୂର୍ବରୁ ସମନ ଜାରି କରାଯାଇଥିଲା। ତେବେ ଗତକାଲି ମାଲ୍ୟା ଅଧିକ ସମୟ ମାଗିଥିଲେ। ଏହା ପରେ ଆଜି ଇଡି ଏପ୍ରିଲ୍ ୨ରେ ହାଜର ହେବା ନେଇ ନୂଆ ସମନ ଜାରି କରିଛନ୍ତି।
ମାଲ୍ୟା ୧୬ଟି ବ୍ୟାଙ୍କରୁ ୯୦୦୦ କୋଟି ଟଙ୍କାରୁ ଅଧିକ ଋଣ କରିଥିବା ବେଳେ ଏହାକୁ ନଶୁଝି ବିଦେଶ ପଳାଇଯାଇଛନ୍ତି। ତେବେ ଫେରାର ହୋଇଯିବା ଘଟଣାକୁ ସେ ଅସ୍ୱୀକାର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।