ନୂଆଦିଲ୍ଲୀ: ଆସନ୍ତା ବର୍ଷ ଜୁନରୁ ସାରା ଦେଶରେ ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି କେନ୍ଦ୍ର ସରକାର। ଆଜି ଲୋକସଭାରେ କେନ୍ଦ୍ର ଖାଦ୍ୟ ବ୍ୟାପାର ମନ୍ତ୍ରୀ ରାମ ବିଳାଶ ପାଶାଓ୍ୱାନ ଏହା କହିଛନ୍ତି। ଏହି ଏକକ ରାସନ କାର୍ଡ ବ୍ୟବସ୍ଥା ଲାଗୁ ହେଲେ ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ସାମ୍ରଗୀ ଉଠାଇପାରିବେ । ଏଥିସହ ନକଲି ରାସନ କାର୍ଡ ଉପରେ ମଧ୍ୟ ତାଲା ପଡ଼ିଯିବ।
ଏବେ ୧୪ଟି ରାଜ୍ୟରେ ପିଓଏସ ମେସିନ ସାହାଯ୍ୟରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଛି। ଖୁବଶୀଘ୍ର ୨୦ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ରାଜ୍ୟରେ ଏହି ବ୍ୟବସ୍ଥା ଆରମ୍ଭ ହେବ ବୋଲି ସେ କହିଛନ୍ତି।
ସାରା ଦେଶରେ ଏହି ବ୍ୟବସ୍ଥା ଲାଗୁ ହେବା ପାଇଁ ସରକାର ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ କାମ କରୁଛନ୍ତି। ପ୍ରତ୍ୟେକ ହିତାଧିକାରୀଙ୍କ ଆଧାର କାର୍ଡ, ଆଙ୍ଗୁଳି ଚିହ୍ନକୁ ବାୟୋମେଟ୍ରିକ ସ୍କାନରରେ ସ୍କାନ କରାଯାଇ ଗୋଟିଏ ସର୍ଭରରେ ରଖିବା ପାଇଁ ସରକାର ଯୋଜନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।