ପୁନେ: କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଶୁକ୍ରବାର ଭାରତୀୟ ଫିଲ୍ମ ଏବଂ ଟେଲିଭିଜନ୍ ସଂସ୍ଥା(ଏଫଟିଆଇଆଇ)ର ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ରାହୁଲ ଏଫଟିଆଇଆଇର ଛାତ୍ରଙ୍କ ଦାବି ସମ୍ପର୍କରେ ସଂସଦରେ ଉଠାଇବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।
ସୂଚନାଯୋଗ୍ୟ, କଲେଜର ଅଧ୍ୟକ୍ଷ ଗଜେନ୍ଦ୍ର ଚୌହାନଙ୍କ ସହ ଅନ୍ୟ ୪ ସଦସ୍ୟଙ୍କ ନିଯୁକ୍ତି ବିରୋଧରେ ଏଫଟିଆଇଆଇର ଛାତ୍ର ସଙ୍ଗଠନ ଗତ ୧୨ ତାରିଖରୁ ଆନ୍ଦୋଳନ କରୁଛନ୍ତି । ସେମାନେ ଏଆରଏସଏସ୍ ଓ ଭାଜପା ସହିତ ଜଡିତ। ସେମାନେ ଏହି ପଦବୀ ପାଇଁ ଯୋଗ୍ୟ ନୁହନ୍ତି। ଏ ସମ୍ପର୍କରେ ଏଫଟିଆଇଆଇର ଛାତ୍ର ସଙ୍ଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଜଣାଇଥିଲେ। ହେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ଉତ୍ତର ଦିଆଯାଇ ନାହିଁ।
ଅନ୍ୟପକ୍ଷରେ ଭାଜାପାର କର୍ମକର୍ତ୍ତାମାନ ରାହୁଲଙ୍କ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ କରିବା ସହ କଲେଜ ସମ୍ମୁଖରେ ନାରାବାଜି କରିଥିଲେ। ରାହୁଲ ଏଠାକୁ ଆସି ଏହି ଘଟଣାର ରାଜନୀତି କରୁଛନ୍ତି ବୋଲି ଭାଜପାର ସେମାନେ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।