ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଆୟୋଜିତ ‘ଗଣତନ୍ତ୍ର ବଞ୍ଚାଅ’ ରାଲିରେ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଆଜି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି।
ସେ କହିଛନ୍ତି, “ମୋଦି ଲୋକମାନଙ୍କୁ ଅଚ୍ଛେ ଦିନ କଥା କହୁଥିବା ବେଳେ ବର୍ତ୍ତମାନ ଦେଶରେ ୪୦ ପ୍ରତିଶତ ଜମି ଶୁଖିଲା ପଡ଼ିଛି। ଏ ବିଷୟରେ ଏନଡିଏ ସରକାରଙ୍କ ପାଖରେ ଲୋକମାନଙ୍କୁ କହିବାକୁ କିଛି ନାହିଁ।”
ସେ ଆହୁରି ମଧ୍ୟ କହିଛନ୍ତି, ‘‘ସବୁବେଳେ ୫୦ରୁ ଅଧିକ ଚାଷୀ ଆତ୍ମହତ୍ୟା କରୁଛନ୍ତି, ମହାରାଷ୍ଟ୍ର ଓ ବୁନ୍ଦେଲଖଣ୍ଡରେ ଭୟଙ୍କର ମରୁଡି ପରିସ୍ଥିତି ଦେଖାଯାଇଛି। କିନ୍ତୁ ଏକଥା ବୁଝିବାକୁ କାହାର ସମୟ ନାହିଁ।”
ସେ କହିଛନ୍ତି, “ମୋଦି ୨କୋଟି ଯୁବକଙ୍କୁ ଚାକିରି ଦେବାକୁ କହିଥିଲେ। କିନ୍ତୁ ବର୍ତ୍ତମାନ ସୁଦ୍ଧା ୧.୩ଲକ୍ଷ ଲୋକଙ୍କୁ ଚାକିରି ମିଳିଛି।”
ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ପ୍ରସଙ୍ଗରେ ନେଇ ରାହୁଲ ଗଣତନ୍ତ୍ରକୁ ହତ୍ୟା କରାଯାଉଛି ବୋଲି କହିଥିଲେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।