ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଗୌରୀ ଲଙ୍କେଶ ହତ୍ୟା ମାମଲାରେ ଆଉ ପାଦେ ଆଗକୁ ବଢ଼ିଛି ତଦନ୍ତକାରୀ ସଂସ୍ଥା। ହତ୍ୟାକାଣ୍ଡର ମାସକ ପରେ ଅପରାଧୀଙ୍କୁ ଚିହ୍ନଟ କରିଛି ତଦନ୍ତକାରୀ ସଂସ୍ଥା। ଏସ୍ଆଇଟି ଜାଣିପାରିଛି ମୁଖ୍ୟ ଅଭିଯୁକ୍ତର ପରିଚୟ। ଏହାସହ ମୁଖ୍ୟ ଅଭିଯୁକ୍ତଙ୍କୁ ସହଯୋଗ କରିଥିବା ଅନ୍ୟ ଦୁଇ ଜଣଙ୍କୁ ଚିହ୍ନଟ କରିସାରିଛି। ଏସ୍ଆଇଟି ତିନି ଜଣ ଅପରାଧିଙ୍କ ସ୍କେଚ୍ ଜାରି କରି ଏପରି କିଛି ତଥ୍ୟ ଆଜି ସମ୍ନାକୁ ଆଣିଛି।
ସିସିଟିଭି ଫୁଟେଜ ଏବଂ ପ୍ରତକ୍ଷ୍ୟଦର୍ଶୀଙ୍କ ମାନଙ୍କ ବୟାନ ପରେ ଏସଆଇଟି ପକ୍ଷରୁ ଏହି ସ୍କେଚ ଜାରି କରାଯାଇଛି। ଏଥିପାଇଁ ଆମେରିକାର ଏକ ଫାର୍ମର ସହାୟତା ନିଆଯାଇଥିଲା। ଯାଂଚ ବେଳେ ୨୫୦ଜଣଙ୍କୁ ଏସଆଇଟି ପକ୍ଷରୁ ମାରାଥନ ପଚରାଉଚରା କରାଯାଇଥିଲା। ସେମାନଙ୍କ ଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇଛି। ହତ୍ୟାକାରୀଙ୍କ ସମ୍ପର୍କରେ ସୂଚନା ଦେବା ପାଇଁ ଏସଆଇଟି ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।