ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁୟାରୀ ପହିଲାରେ ଆସିବ କେନ୍ଦ୍ରୀୟ ବଜେଟ୍ ।ସଂସଦୀୟ ବ୍ୟାପାର ମନ୍ତ୍ରୀ ଅନନ୍ତ କୁମାର ଆଜି ଏହି ସୂଚନା ଦେଇଛନ୍ତି ।୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲି ସାଧାରଣ ବଜେଟ୍ ଉପସ୍ଥାପନ କରିବେ । ଚଳିତ ବର୍ଷ ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୨୯ରୁ ଆରମ୍ଭ ହୋଇ ଏପ୍ରିଲ ୬ ତାରିଖରେ ସରିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ ୨୯ରୁ ଫେବ୍ରୁଆରୀ ୯ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ସରିବ ।ଜିଏସ୍ଟି ଲାଗୁ ହେବା ପରେ ପ୍ରଥମ ସାଧାରଣ ବଜେଟ୍ ଆସିବାକୁ ଯାଉଥିବାରୁ ଏହାର ବିଶେଷ ଗୁରୁତ୍ୱ ରହିଛି ।ଏଥିସହ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଜେଟ୍ଲିଙ୍କର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ।