ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳୁଥିବା ଉପହାର ସବୁର ନିଲାମ କରାଯିବ। ଆସନ୍ତା ସେପ୍ଟେମ୍ବର ୧୪ରୁ ଏହି ନିଲାମ ଆରମ୍ଭ ହେବ ଏବଂ ଏଥିରୁ ମିଳିବାକୁ ଥିବା ଟଙ୍କା ନମାମି ଗଙ୍ଗେ ପ୍ରକଳ୍ପକୁ ଯିବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ କହିଛନ୍ତି। ଗତ ୬ ମାସରେ ମିଳିଥିବା ମୋଟ ୨,୭୭୨ଟି ଉପହାର ଏକ ଇ-ପୋର୍ଟାଲ ଜରିଆରେ ନିଲାମ କରାଯିବ।
ଆସନ୍ତା ଅକ୍ଟୋବର ୩ ତାରିଖରେ ଏହି ନିଲାମ ସରିବ। ଏଥିପାଇଁ ସର୍ବନିମ୍ନ ଦର ୨୦୦ ଟଙ୍କା ରଖାଯାଇଥିବାବେଳେ ସର୍ବାଧିକ ୨ ଲକ୍ଷ ଟଙ୍କା ରଖାଯାଇଛି। ଏହି ଉପହାରଗୁଡ଼ିକ ମଧ୍ୟରେ ଗଣେଶ, ହନୁମାନ, ଭୀମରାଓ ଆମ୍ବେଦକର, ଶିବାଜୀ ଓ ବିବେକାନନ୍ଦଙ୍କ ପ୍ରତିକୃତି ଏବଂ ୫୭୬ଟି ଶାଲ, ୯୬୪ଟି ଅଙ୍ଗବସ୍ତ୍ର, ୮୮ଟି ପଗଡ଼ି ଏବଂ ଅନ୍ୟ କିଛି ସାମଗ୍ରୀ ରହିଛି।
ଏଥିମଧ୍ୟରେ ଏକ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁହଁ ଥିବା ଏକ ସିଲ୍କ ପ୍ରିଣ୍ଟ ରହିଛି। ଏହାର ବେସିକ୍ ମୂଲ୍ୟ ୨.୫ ଲକ୍ଷ ରଖାଯାଇଛି। ଚଳିତ ବର୍ଷ ଫେବୃଆରୀରେ ମୋଦିଙ୍କୁ ମିଳିଥିବା ୧,୮୦୦ ମେମେଣ୍ଟୋ ବିକ୍ରି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଖେଳୁ ଖେଳୁ ବୋରୱେଲରେ ଖସିପଡ଼ିଲା ଶିଶୁ କନ୍ୟା, ଉଦ୍ଧାର କାର୍ଯ୍ୟ ଜାରି
ଖେଳୁ ଖେଳୁ ଏକ ବୋରୱେଲରେ ଖସି ପଡ଼ିଲା ଶିଶୁ କନ୍ୟା ଚେତନା। ଚେତନାକୁ ଉଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହୋଇଛି ରେସକ୍ୟୁ ଅପରେସନ ।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।