କୋଲକାତା: ଆରପାରିରେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ ବିଶାରଦ ଗିରିଜା ଦେବୀ। ହୃଦଘାତରେ ତାଙ୍କର ପରଲୋକ ଘଟିଛି। ଗତକାଲି ଗୁରୁତର ଅବସ୍ଥାରେ ତାଙ୍କୁ କୋଲକତାର ସିକେ ବିର୍ଲା ହାର୍ଟ ରିସର୍ଚ୍ଚ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି। ତାଙ୍କ ମୃତ୍ୟୁରେ ସଙ୍ଗୀତ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ଅନେକ ସଙ୍ଗୀତ ପ୍ରେମୀ ମତ ଦେଇଛନ୍ତି।
ସଙ୍ଗୀତ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଗତବର୍ଷ ଗିରିଜାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା। ପୂର୍ବରୁ ୧୯୭୨ରେ ପଦ୍ମଶ୍ରୀ ଓ ୧୯୮୯ରେ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।
ଠୁମୁରୀ ସଙ୍ଗୀତ ପାଇଁ ପ୍ରସିଦ୍ଧି ହାସଲ କରିଥିବା ଗିରିଜା ଦେବୀ ୧୯୪୯ ମସିହାରେ ଆକାଶବାଣୀରୁ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ପରେ କୋଲକାତାର ସଙ୍ଗୀତ ଗବେଷଣା ଏକାଡେମୀରେ ଅଧ୍ୟାପନା କରିଥିଲେ। ୧୯୮୦ ମସିହାରୁ ବନାରସ ହିନ୍ଦୁ ବିଶ୍ୱ ବିଦ୍ୟାଳୟରେ ମଧ୍ୟ ଅଧ୍ୟାପନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।