କାଲିଫର୍ଣ୍ଣିଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଗଲ୍ କାର୍ଯ୍ୟାଳୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ମୋଦି ସେଠାରେ ଗୁଗଲର କର୍ମଚାରୀଙ୍କ ସହ ସାକ୍ଷାତ କରିବେ। ଏହାସହ ସେ ଗୁଗଲ୍ ଦ୍ୱାରା ନିର୍ମାଣ ହୋଇଥିବା କାର୍ ମଧ୍ୟ ଦେଖିବେ। ଗୁଗଲ୍ ସିଇଓ ସୁନ୍ଦର ପିଚଇ ଭାରତ ସହ ସମ୍ପର୍କ ବଢାଇବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଭାରତୀୟ ବଜାରକୁ ସେ ମହତ୍ୱପୂର୍ଣ୍ଣ ମାନୁଛନ୍ତି । ମୋଦିଙ୍କ ଡିଜିଟାଲ କାର୍ଯ୍ୟକ୍ରମର ଗୁଗଲ୍ ଅଂଶୀଦାର ହେବାକୁ ଉତ୍ସାହିତ ଥିବା ସେ କହିଛନ୍ତି । ସୂଚନାଯୋଗ୍ୟ, ଗୁଗଲ୍ ପ୍ରତିଷ୍ଠା ହେବାର ଆଜିକୁ ୧୭ବର୍ଷ ହୋଇଛି ।
ଏହାସହ ମୋଦି ଆଜି ଫେସବୁକ୍ କାର୍ଯ୍ୟାଳୟ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କ ସହ ଆଲୋଚନା କରିବେ। ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କାର୍ଯ୍ୟାଳୟ ତରଫରୁ ଡ୍ରେସ୍ କୋର୍ଟ ଲାଗୁ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।