ନୂଆଦିଲ୍ଲୀ: କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଶୀତ କାକରରେ ପଡ଼ି ରହିଛନ୍ତି ଚାଷୀ। ଗତକାଲି ସରକାରଙ୍କ ସହିତ ଚାଷୀ କଥାବାର୍ତ୍ତା କରିବା ପାଇଁ ରାଜି ବୋଲି ସ୍ୱରାଜ ଇଣ୍ଡିଆ ମୁଖ୍ୟ ଯୋଗେନ୍ଦ୍ର ଯାଦବ କହିଥିଲେ। ଏହାପରେ କେନ୍ଦ୍ର ସରକାର ଆଲୋଚନା ପାଇଁ ଚାଷୀଙ୍କୁ ଚିଠି ଲେଖିଛନ୍ତି।
ଯେଉଁଥିରେ କୁହାଯାଇଛି ସରକାର କୃଷି ଆଇନ ନେଇ ଆନ୍ଦୋଳନରତ ଚାଷୀଙ୍କ ସହିତ ଆଲୋଚନା କରିବା ପାଇଁ ରାଜି। ସମସ୍ତ ତର୍କକୁ ଖୋଲା ମନରେ ଆଲୋଚନା କରିବା ପାଇଁ ସରକାର ରାଜି। ଆନ୍ଦୋଳନକାରୀ ଆଲୋଚନା ପାଇଁ ତାରିଖ, ସମୟ ସ୍ଥିର କରିବା ଦରକାର ବୋଲି ଚାଷୀଙ୍କୁ ସରକାର ଲେଖିଥିବା ଚିଠିରେ କହିଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଭେଟିବା ବେଳେ କୃଷି ଆଇନ ବିରୋଧରେ ୨ କୋଟି ଲୋକଙ୍କ ସ୍ୱାକ୍ଷର ଥିବା ସ୍ମାରକପତ୍ର ପ୍ରଦାନ କରିଛନ୍ତି ରାହୁଲ୍। କୃଷି ଆଇନ ଉଚ୍ଛେଦ ନ ହେବା ଯାଏ, ଚାଷୀମାନେ ଦିଲ୍ଲୀ ସୀମାରୁ ଉଠିବେ ନାହିଁ ବୋଲି ରାହୁଲ କହିଛନ୍ତି। ୨୯ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ଚାଷୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।