ନୂଆଦିଲ୍ଲୀ: ମହାମାରୀ କରୋନାର ମୁକାବିଲା କରିବା ପାଇଁ ସମସ୍ତେ ଫେସ୍ ମାସ୍କ, ସାନିଟାଇଜର ଉପରେ ଗୁରୁତ୍ୱ ଦେଉଛନ୍ତି। ଏଭଳି ସ୍ଥିତିରେ କଳାବଜାରୀ ମଧ୍ୟ ବଢ଼ିଛି। ଲୋକଙ୍କ ଚାହିଦା ଓ ମହାମାରୀରେ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମାସ୍କ ଓ ସାନିଟାଇଜରର ଦାମ କମାଇଛନ୍ତି। ଶୁକ୍ରବାର କେନ୍ଦ୍ର ଖାଦ୍ୟ ଓ ଉପଭୋକ୍ତା ମନ୍ତ୍ରୀ ରାମ ବିଳାଶ ପାଶଓ୍ୱାନ୍ ଏ ନେଇ ସୂଚନା ଦେଇଛନ୍ତି।
https://twitter.com/irvpaswan/status/1241017520200400896
କେନ୍ଦ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଦେଶର ସର୍ବବୃହତ ସାନିଟାଇଜର କମ୍ପାନୀ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ ହ୍ୟାଣ୍ଡ ଓ୍ୱାଶର ଦାମ ୧୫ ପ୍ରତିଶତ ହ୍ରାସ କରିଛି।
ସୂଚନା ଅନୁଯାୟୀ, ୨ପ୍ଲାଏ ମାସ୍କର ଦାମ ୮ରୁ ଅଧିକ ଟଙ୍କା ହେବ ନାହିଁ। ୩ପ୍ଲାଏ ମାସ୍କର ଦାମ ୧୦ ଟଙ୍କାରୁ ଅଧିକ ହେବନି। ସେହିପରି ୨୦୦ ମିଲିଲିଟର ସାନିଟାଇଜରର ଦାମ ୧୦୦ରୁ ଅଧିକ ହେବନି। ଏହି ଦାମ ୩୦ ଜୁନ୍ ୨୦୨୦ ପର୍ଯ୍ୟନ୍ତ ଲାଗୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।