ଜୟପୁର, ରାଜସ୍ଥାନ: ଅକ୍ଟୋବର ୨ ଗାନ୍ଧି ଜୟନ୍ତୀ ଅବସରରେ ରାଜସ୍ଥାନ ସରକାର କିଛି ଗୁଟଖା ଓ ପାନ ମସଲା ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ଦିନରେ ମଦ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଯିବ କି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଥିଲେ। ଯାହାର ଜବାବରେ ସେ କହିଛନ୍ତି ରାଜ୍ୟରେ ମଦ ବିକ୍ରି ବନ୍ଦ କରିହେବ ନାହିଁ। ଯଦି ବନ୍ଦ ହେବ ତାହେଲେ ଅସାଧୁ ଉପାୟରେ ମଦ ବିକ୍ରି ବଢ଼ିଯିବ।
ଏହାର ଉଦାହରଣ ଦେବାକୁ ଯାଇ ଗୁଜରାଟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଗେହଲଟ। ସେ କହିଛନ୍ତି ସ୍ୱାଧୀନତା ପରେ ଜାତିର ପିତା ମହାତ୍ମାଗାନ୍ଧିଙ୍କ ରାଜ୍ୟରେ ମଦ ବିକ୍ରି ଉପରେ ରୋକ୍ ଲଗାଯାଇଛି। ହେଲେ ଏବେ ଦେଶରେ ସବୁଠାରୁ ଅଧିକ ମଦ ବିକ୍ରି ହେଉଛି ବୋଲି ସେ କହିଛନ୍ତି। ମୁଁ ବର୍ଷେ ହେବ ଗୁଜରାଟରେ ଥିଲି। ତେଣୁ କିଭଳି ମଦ ବିକ୍ରି ହେଉଛି ଜାଣିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ ଗଣମାଧ୍ୟମକୁ କହିଛନ୍ତି। ୧୯୭୭ରେ ରାଜସ୍ଥାନରେ ମଦ ବିକ୍ରି ଉପରେ ରୋକ୍ ଲଗାଯାଇଥିଲା। ହେଲେ ଏହି ନିଷ୍ପତ୍ତି ବିଫଳ ହୋଇଥିଲା ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।