କ୍ୟୁଏଟା(ପାକିସ୍ତାନ): ଦକ୍ଷିଣପଶ୍ଚିମ ପାକିସ୍ତାନରେ ଥିବା ଏକ ଛୋଟ ବିମାନବନ୍ଦର ଉପରେ ରବିବାର ସକାଳେ କିଛି ଅଜଣା ବନ୍ଧୁକଧାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣକାରୀ ଦଳରେ ୧୦ରୁ ୧୨ ଜଣ ବ୍ୟକ୍ତି ଥିଲେ। ଗୁଳିମାଡ଼ରେ ଜଣେ ବ୍ୟକ୍ତିର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କୁ ସେମାନେ ଅପହରଣ କରି ନେଇଛନ୍ତି। ବେସାମରିକ ବିମାନ ଚଳାଚଳ ପ୍ରାଧିକରଣର ମୁଖପାତ୍ର ପରଭେଜ୍ ଜର୍ଜ କହିଛନ୍ତି ଯେ ବେଲୁଚିସ୍ତାନ ପ୍ରଦେଶର ଜେୱାନି ବିମାନବନ୍ଦରରେ ଏହି ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ ବାଇକରେ ଆସିଥିଲେ। ସେମାନେ ସେଠାରେ ଥିବା ନେଭିଗେସନାଲ୍ ଇକ୍ୟୁପମେଣ୍ଟଗୁଡ଼ିକୁ ନଷ୍ଟ କରି ଦେବା ସହିତ ଗୁଳି ଚଳାଇଥିଲେ। ଏଥିରେ ସେଠାରେ ନିଯୁକ୍ତ ଅଧିକାରୀଙ୍କ ମୃତ୍ୟୁ ହୋଇଥିଲା। ଜଣେ ସୁପରଭାଇଜର ଆହତ ହୋଇଥିଲେ। ଜଣେ ଇଂଜିନିୟରଙ୍କୁ ଆକ୍ରମଣକାରୀମାନେ ଅପହରଣ କରି ନେଇଛନ୍ତି। ସେ କହିଛନ୍ତି ଯେ ଏ ବିମାନବନ୍ଦରଟିକ ବିମାନ ଯିବାଆସିବା କରୁନାହିଁ। କିନ୍ତୁ ଏହି ପଥ ଦେଇ ଯିବା ଆସିବା କରୁଥିବା ବିମାନଗୁଡ଼ିକର ନେଭିଗେସନ ସହାୟତା ପ୍ରଦାନ କରିଥାଏ। ଏହି ଆକ୍ରମଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରି ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।