ଇସଲାମବାଦ: ୨୬/୧୧ ମୁମ୍ବାଇ ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ କୁହାଯାଉଥିବା ହାଫିଜ୍ ସୟିଦର ସଂଗଠନ ଜମାତ-ଉଦ୍-ଦାୱାହ ଉପରେ ବ୍ୟାନ୍ ଲଗାଇବାକୁ ମନା କରି ଦେଇଛନ୍ତି ପାକିସ୍ତାନ ସରକାର। ସରକାର ଯୁକ୍ତି ଦର୍ଶାଇଛନ୍ତି ଯେ ତାଙ୍କ ସଂଗଠନର ଲସ୍କର-ଇ-ତୋଇବା ସହିତ କୌଣସି ସଂପର୍କ ନାହିଁ। ଏନେଇ କୌଣସି ପ୍ରମାଣ ନାହିଁ।
ପାକିସ୍ତାନର ଆଭ୍ୟନ୍ତରୀଣ ମନ୍ତ୍ରୀ ତଥା ଅବସରପ୍ରାପ୍ତ ଜେନରାଲ ଅବଦୁଲ୍ କାଦିର ବାଲୋଚ କହିଛନ୍ତି ଯେ ଜମାତ-ଉଦ୍-ଦାୱାହ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଇବାର ଅନ୍ୟ ଏକ ନାମ ବୋଲି ଜାତିସଂଘର ସୁରକ୍ଷା ପରିଷଦରେ ଏକ ପ୍ରସ୍ତାବ ପାରିତ ହୋଇଥିଲା। ଏହା ସହିତ ଏହାକୁ ଏକ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କରାଯାଇଛି। ତେବେ ଏହି ଦୁଇ ସଂଗଠନ ମଧ୍ୟରେ କୌଣସି ସଂପର୍କ ଥିବା ନେଇ ପାକିସ୍ତାନ ସରକାରଙ୍କୁ ପ୍ରମାଣ ମିଳି ନାହିଁ।
ସେ ଆହୁରି ମଧ୍ୟ ଦାବି କରିଛନ୍ତି ଯେ ଜମାତ-ଉଦ୍-ଦାୱାହ ବିଭିନ୍ନ ପ୍ରକାର ଚାରିଟି ଓ ସମାଜସେବା କାମରେ ସଂପୃକ୍ତ ରହିଛି। ସଂଗଠନ ଡାକ୍ତରଖାନା, କ୍ଲିନିକ୍, ସ୍କୁଲ୍, ଆମ୍ବୁଲାନ୍ସ ସେବା ସହିତ ଧାର୍ମିକ ଅନୁଷ୍ଠାନ ଚଳାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।