ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ବି କାଶ୍ମୀର ଉପତ୍ୟକାରେ ବନ୍ଦ ରହିଛି ବିଭିନ୍ନ ସ୍କୁଲ, କଲେଜ ଏବଂ ଶିକ୍ଷାନୁଷ୍ଠାନ। ଯୁବତୀଙ୍କ ଚୁଟି କଟା ଘଟଣାକୁ ନେଇ ସରକାରୀ ଶିକ୍ଷାନୁଷ୍ଠାନକୁ ବନ୍ଦ ପାଇଁ ନିଦ୍ଦେର୍ଶ ଦେଇଛନ୍ତି ରାଜ୍ୟ ସରକାର। ଗତ କିଛି ମାସ ମଧ୍ୟରେ ଜାମ୍ମୁ ଓ କାଶ୍ମୀର ଅଞ୍ଚଳରେ ଯୁବତୀଙ୍କ ଚୁଟି କଟା ଘଟଣା ସମ୍ନାକୁ ଆସିଛି। ଘରେ ଶୋଇଥିବା ବେଳେ କୌଣସି ଦୁବୃର୍ତ୍ତ ଚୁଟି କାଟି ଦେବାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଘଟଣାରେ ଅପରାଧିକ ଷଡଯନ୍ତ୍ର ଥିବା ସନ୍ଦେହ କରି ଆନ୍ଦୋଳନ ଡକରା ଦେଇଛି ହୁରିୟତ। ପରିସ୍ଥିତିକୁ ଆୟତକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଉପରେ ରୋକ ଲାଗାୟାଇଛି। ମାମଲାର ତଦନ୍ତ ଜାରି ରଖିଛି ପୋଲିସ। ଦୁବୃର୍ତ୍ତଙ୍କ ସମ୍ପର୍କରେ ସୂଚନା ଦେଲେ ୬ ଲକ୍ଷ ଟଙ୍କା ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛି ରାଜ୍ୟ ପୋଲିସ। ଉତ୍ତରପ୍ରଦେଶ, ରାଜସ୍ଥାନ, ହରିଆଣା, ପଞ୍ଜାବ ଏବଂ ଦିଲ୍ଲୀ ପରେ ଜାମ୍ମୁ ଓ କାଶ୍ମୀରରେ ଚୁଟି କଟାକୁ ନେଇ ଆତଙ୍କ ଖେଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।