ଚଣ୍ଡିଗଡ: ବିବାଦୀୟ ହରିୟାଣା ଜମି ଦୁର୍ନୀତି ମାମଲାର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟ ଆଜି ସରକାରଙ୍କୁ ପ୍ରଦାନ କରାଯାଇଛି। ଏହି ଜମି ଦୁର୍ନୀତି ଓ ଅନିୟମିତତାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ରବର୍ଟ ଭଦ୍ରାଙ୍କ ନାଁ ରହିଛି। ଏହାକୁ ନେଇ ୨୦୧୪ ସାଧାରଣ ନିର୍ବାଚନ ଓ ହରିୟାଣା ବିଧାନସଭା ନିର୍ବାଚନରେ ରାଜନୀତି ସରଗରମ ହୋଇଥିଲା। ଦିଲ୍ଲୀ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଏସ୍ଏନ୍ ଧିଙ୍ଗରାଙ୍କୁ ଏହି ଜମି ଦୁର୍ନୀତି ମାମଲାର ତଦନ୍ତ କରିବାକୁ ନିଯୁକ୍ତି ଦିଆଯାଇଥିଲା। ୧୫ ମାସର ତଦନ୍ତ ପରେ ଧିଙ୍ଗରା ରାଜ୍ୟ ସରକାରଙ୍କୁ ୧୮୨ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଛନ୍ତି। ଧିଙ୍ଗରା ତାଙ୍କ ରିପୋର୍ଟରେ ଜମି ଡିଲ୍ ବେଳେ ବ୍ୟାପକ ଅନିୟମିତତା ହୋଇଥିବା ଦର୍ଶାଇଛନ୍ତି।
ଭୂପିନ୍ଦର ସିଂହ ହୁଡା ହରିୟାଣା ମୁଖ୍ୟମନ୍ତ୍ରୀ ଥିବା ବେଳେ ରବର୍ଟ ଭଦ୍ରା ଜାଲିଆତି କରି ଜମି ହଡପ କରିଥିବା ଅଭିଯୋଗ ହୋଇଥିଲା। ୨୦୧୫ ମେ ୨୨ରେ ମନୋହର ଲାଲ ଖଟ୍ଟର ଏହାର ତଦନ୍ତ ପାଇଁ କମିଶନ ଗଠନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।