ନୂଆଦିଲ୍ଲୀ: ହରିଆନାର ଲୋକପ୍ରିୟ ଡ୍ୟାନ୍ସର ତଥା ଗାୟିକା ସପନା ଚୌଧୁରୀ ଆଜି ବିଜେପିରେ ସାମିଲ୍ ହୋଇଛନ୍ତି। ଦିଲ୍ଲୀରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ବିଜେପିରେ ସାମିଲ ହୋଇଛନ୍ତି ସପନା। ଏହି ସମୟରେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂହ ଚୌହ୍ୱାନ, କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଏବଂ ସାଂସଦ ମନୋଜ ତିଓ୍ୱାରୀ ଉପସ୍ଥିତ ଥିଲେ।
ଲୋକସଭା ନିର୍ବାଚନ ପୂର୍ବରୁ ସପନା ଚୌଧୁରୀ କଂଗ୍ରେସରେ ସାମିଲ୍ ହୋଇଥିବା ନେଇ ଖବର ଆସିଥିଲା। କିନ୍ତୁ ପରେ ସାମ୍ୱାଦିକ ସମ୍ମିଳନୀ କରି ଏହି ଖବରକୁ ଖଣ୍ଡନ କରିଥିଲେ। ଏମିତିକି ୨୪ ମାର୍ଚ୍ଚରେ କହିଥିଲେ ସେ ଆଗାମୀ ଦିନରେ ମଧ୍ୟ କଂଗ୍ରେସରେ ସାମିଲ ହେବାର ସୂଚନା ନାହିଁ।
ଲୋକସଭା ନିର୍ବାଚନ ବେଳେ ସପନା ଚୌଧୁରୀ ସାସଂଦ ମନୋଜ ତିଓ୍ୱାରୀ ପାଇଁ ପ୍ରଚାର କରିଥିଲେ। ଆଗାମୀ ଦିନରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ରହିଛି। ସପନାଙ୍କୁ ଦଳରେ ସାମିଲ କରି ବିଜେପି ନିଜ ଦଳର ପ୍ରାର୍ଥୀଙ୍କ ପ୍ରତି ଭୋଟ ଯୋଗାଡ଼ କରିବାରେ ସଫଳ ହେବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।