କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କୁମାରସ୍ୱାମୀ

ବେଙ୍ଗାଲୁରୁ: ଜେଡିଏସ୍‌ ନେତା ଏଚ୍‌ଡି କୁମାରସ୍ୱାମୀ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହାସହ କଂଗ୍ରେସର ଜି.ପରମେଶ୍ୱର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ପ୍ରମୁଖ ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କୁମାରସ୍ୱାମୀଙ୍କ ପିତା ଏଚ୍‌ଡି ଦେବଗୌଡ଼ା, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏବଂ […]

kumar

kumar

Rakesh Mallick
  • Published: Wednesday, 23 May 2018
  • Updated: 23 May 2018, 05:07 PM IST

Sports

Latest News

ବେଙ୍ଗାଲୁରୁ: ଜେଡିଏସ୍‌ ନେତା ଏଚ୍‌ଡି କୁମାରସ୍ୱାମୀ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହାସହ କଂଗ୍ରେସର ଜି.ପରମେଶ୍ୱର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ପ୍ରମୁଖ ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କୁମାରସ୍ୱାମୀଙ୍କ ପିତା ଏଚ୍‌ଡି ଦେବଗୌଡ଼ା, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏବଂ ବହୁଜନ ସମାଜ ପାର୍ଟି ପ୍ରମୁଖ ମାୟାବତୀ ଯୋଗ ଦେଇଥିଲେ।

ଏମାନଙ୍କ ବ୍ୟତୀତ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ଆରଏଲ୍‌ଡି ପ୍ରମୁଖ ଅଜିତ ସିଂହ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଏନ୍‌ସିପି ପ୍ରମୁଖ ଶରଦ ପାୱର ମଧ୍ୟ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos