ନୂଆଦିଲ୍ଲୀ:ହିମାଚଳ ପ୍ରଦେଶ ନିର୍ବାଚନକୁ ନେଇ ସରଗରମ ରାଜ୍ୟ ରାଜନୀତି। ପ୍ରମୁଖ ବିରୋଧୀ ଦଳ ବିଜେପି ଏବଂ କଂଗ୍ରେସ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିବାରେ ଲାଗିପଡ଼ିଛନ୍ତି।
ଆଜି ବିଜେପି ଷ୍ଟାର ପ୍ରଚାରକ ତଥା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ଦୁଇ ଦିନିଆ ଗସ୍ତ ଅବସରରେ ୧୫ରୁ ଅଧିକ ରାଲିକୁ ସମ୍ବୋଧନ କରିବେ ଶାହ। ଆଜି ହିମାଚଳର ବାଟଖେଟ୍ ଏବଂ ଚାଲୱାରାରେ ସାଧାରଣ ଜନତାଙ୍କୁ ସମ୍ବୋଧନ କରିଛନ୍ତି ଶାହ। ଦଳ ନିର୍ବାଚନରେ ଦୁର୍ନୀତିକୁ ମୁଖ୍ୟ ପ୍ରସଙ୍ଗ କରିଛି। ମୁଖ୍ୟମନ୍ତ୍ରୀ ବିରଭଦ୍ର ସିଂହଙ୍କ ଉପରେ ଲାଗିଥିବା ଦୁର୍ନୀତି ଅଭିଯୋଗକୁ ଢାଲ କରିଛି ବିଜେପି । ସେପଟେ କଂଗ୍ରେସ ରାଜ୍ୟର ବିକାଶକୁ ମୁଖ୍ୟ ପ୍ରସଙ୍ଗ କରିଛି। ୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶ ନିର୍ବାଚନ ଆସନ୍ତା ୯ ନଭେମ୍ବରରେ ହେବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।