ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଏରାମ ଠାକୁର ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି। ଉଭୟେ ହିମାଚଳ ପ୍ରଦେଶର ବିକାଶ ପାଇଁ ତୈଳ ଏବଂ ଗ୍ୟାସ ଭିତ୍ତିଭିମିକୁ ମଜବୁତ୍ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ରାଜ୍ୟର ବିକାଶ ପାଇଁ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ଉଭୟ ଆଲୋଚନା କରିଥିବା ଟ୍ୱିଟ୍ କରି ଶ୍ରୀ ପ୍ରଧାନ ଜଣାଇଛନ୍ତି ।
ଏହି ଆଲୋଚନା କାଳରେ ଉଭୟ ମନ୍ତ୍ରୀ ହିମାଚଳ ପ୍ରଦେଶର ସିଟି ଗ୍ୟାସ ବିତରଣ(ସିଜିଡି) ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ମଧ୍ୟ ଚର୍ଚ୍ଚା କରିଥିଲେ । ଏହି ପ୍ରକଳ୍ପ ଗୁଡିକ ଥରେ ସମ୍ପୂର୍ଣ୍ଣ ହୋଇଗଲେ ରାଜ୍ୟର ସମସ୍ତ ଘର, ଶିଳ୍ପ ଏବଂ ବାଣିଜ୍ୟିକ କେନ୍ଦ୍ର ଗୁଡିକୁ ସ୍ୱଚ୍ଛ ପ୍ରାକୃତିକ ଇନ୍ଧନ ଯୋଗାଯାଇପାରିବ ।
ଏହି ପ୍ରକଳ୍ପ ସ୍ୱଚ୍ଛ ଇନ୍ଧନ ବିକାଶରେ ଅଗ୍ରସର ହେବା ସହ ହିମାଚଳ ପ୍ରଦେଶକୁ କମ୍ ଅଙ୍ଗାରକାମ୍ଳଯୁକ୍ତ ଅର୍ଥବ୍ୟବସ୍ଥା ବନାଇବା ପାଇଁ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି; ଜାଣନ୍ତୁ, କେଜ୍ରିୱାଲଙ୍କ ବିରୋଧରେ କାହାକୁ ଟିକେଟ ଦେଲା
ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି।
Guest Column
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଗ୍ରଗତି, ଊର୍ଦ୍ଧ୍ୱଗତି ଓ ରାଷ୍ଟ୍ରଭକ୍ତି
ଚଳିତ ବର୍ଷ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂରଣ କରୁଛି। ବ୍ରିଟିଶ୍ ଶାସନ ସମୟରେ ଯେତେବେଳେ ଦେଶରେ ସ୍ୱାଧୀନତା ସଂଗ୍ରାମ ପାଇଁ ସଜବାଜ ବ୍ୟାପକ ହେଉଥିଲା ସେହି ସମୟରେ ୧୯୨୫ରେ ହିନ୍ଦୁ ସାଂସ୍କୃତିକ ଓ ସାମାଜିକ ସଂଗଠନଗୁଡ଼ିକୁ ନୂଆରୂପ ଦେବା ପାଇଁ ଆରଏସଏସର ସ୍ଥାପନା କରାଯାଇଥିଲା।
National
୧୮ ବର୍ଷରୁ କମ୍ ପିଲାଙ୍କୁ କଟକଣା, ସୋଶାଲ ମିଡିଆ ଆକାଉଣ୍ଟ ପାଇଁ ଆବଶ୍ୟକ ପଡ଼ିବ ଅନୁମତି
ଏ ନେଇ କେନ୍ଦ୍ର ସରକାର ଆଣିବାକୁ ଯାଉଛନ୍ତି ଡିଜିଟାଲ ପର୍ସୋନାଲ ଡାଟା ପ୍ରୋଟେକ୍ସନ ଆକ୍ଟ ୨୦୨୫। ଏ ସମ୍ପର୍କରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଇନଫର୍ମେଶନ ଟେକନୋଲଜି ମନ୍ତ୍ରାଳୟ ପକ୍ଷରୁ ଡ୍ରାଫ୍ଟ ରୁଲ୍ ବିଜ୍ଞପ୍ତି ପ୍ରକାଶ ପାଇଛି।
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।